ଦୋନେସ୍କରେ ରୁଷିଆର ଆକ୍ରମଣକୁ ଦେଖି ୩.୫ ଲକ୍ଷ ଲୋକଙ୍କୁ ଅଞ୍ଚଳ ଛାଡିବାକୁ ଦିଆଯାଇଛି ସୂଚନା

କ୍ୱିଭ,୭ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେବି ଉତ୍ତେଜନା ପରିସ୍ଥିତି ଦେଇ ଗତି କରୁଛି । ଲୁହାନସ୍କ ଉପରେ କବଜା କରିବା ପରେ ଏବେ ରୁଷିଆ ସେନା ୟୁକ୍ରେନର ଦୋନେସ୍କକୁ କବଜାକୁ ଆଣିବାକୁ ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି । ଏଠାରେ ରୁଷିଆ ପକ୍ଷରୁ ବୋମାମାଡ କରାଯାଉଥିବାରୁ ଗତ ୨୪ ଘଣ୍ଟାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହାସହ ୨୧ରୁ ଅଧିକ ଆହତ ବି ହୋଇଛନ୍ତି । ରୁଷିଆ ସେନା ଦୋନେସ୍କ ଅଞ୍ଚଳରେ ନିଜ ପାଇଁ ରାସ୍ତା ଖୋଲିବା ମଧ୍ୟରେ କ୍ରାମାତୋର୍ସ୍କରେ ୩.୫ ଲକ୍ଷ ୟୁକ୍ରେନବାସୀଙ୍କୁ ଘର ଖାଲି କରିବାକୁ କୁହଯାଇଛି ।
ଦୋନେସ୍କର ଗଭର୍ନର ପାୱଲୋ କିରିଲେଂକୋ କହିଛନ୍ତି ରୁଷିଆ ସେନାର ଅଧିକାରୀମାନେ ଏଠାରୁ ସାଢେ ୩ ଲକ୍ଷ ଲୋକଙ୍କୁ ଘର ଖାଲି କରିବାକୁ ଅପିଲ କରିଛନ୍ତି । ସେ କହିଛନ୍ତି ଲୋକଙ୍କ ଜୀବନ ବଞ୍ଚାଇବାକୁ ଏହା ବଡ ପଦକ୍ଷେପ । କାରଣ ଲୋକଙ୍କୁ ହଟାଇବା ପରେ ହିଁ ୟୁକ୍ରେନ୍ ସେନା ସେଠାରେ ଯୁଦ୍ଧ ପାଇଁ ଭଲଭାବେ ପ୍ରସ୍ତୁୂତ ହୋଇ ରହିପାରିବେ ।
ଗଭର୍ନର କହିଛନ୍ତି ଏବେ ୟୁକ୍ରେନର ଭାଗ୍ୟ ଦୋନେସ୍କ ଅଞ୍ଚଳ ସ୍ଥିର କରିବ । ଇତିମଧ୍ୟରେ ଦୋନେସ୍କରେ ରୁଷଆ ପକ୍ଷର ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରାଯାଇଛି । ଦୋନେସ୍କରେ ଅଧିକାଂଶ ଲୋକ ରୁଷିଆ ଭାଷା କହୁଥିବାରୁ ରୁଷିଆ ଏହି ଅଞ୍ଚଳକୁ ନିଜ କବଜାକୁ ନେବାକୁ ଚାହୁଁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri