Posted inଜାତୀୟ

ପିଆଇଏଲ୍‌ର ଅପବ୍ୟବହାର ନହେଉ, ତାଜମହଲ ୨୨ ବନ୍ଦ କୋଠରୀର ରହସ୍ୟ ନେଇ କହିଲେ ହାଇକୋର୍ଟ…

ଆଗ୍ରା, ୧୨।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବା ନେଇ କରାଯାଇଥିବା ଆବେଦନର ଶୁଣାଣି ସମୟରେ ଆହ୍ଲାବାଦ ହାଇକୋର୍ଟ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ବ୍ୟବସ୍ଥାର ଅପବ୍ୟବହାର ନ କରିବାକୁ କହିଛନ୍ତି। ଏହା ସହିତ କୋର୍ଟ ଏହାର ଶୂଣାଣି ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ଏଠାରେ ହିନ୍ଦୁ ଦେବୀଦେବତାଙ୍କର ମୂର୍ତ୍ତି ଅଛି କି ନାହିଁ ତାହା ଜାଣିବା ପାଇଁ ତାଜମହଲର ୨୨ ଟି ତାଲା ପଡିଥିବା କୋଠରୀକୁ ଯାଞ୍ଚ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚରେ ଏକ ଆବେଦନ କରାଯାଇଛି। ଏକ ଅନୁସନ୍ଧାନ କମିଟ ଗଠନ ଏବଂ ଏଏସ୍‌ଆଇ ଦ୍ୱାରା ଏହାର ଯାଞ୍ଚ୍‌ କରିବାକୁ ଆବେଦନରେ ଉଲ୍ଲେଖ କରାଯାଇଛି ଆବେଦନରେ କୁହାଯାଇଛି ଯେ ହିନ୍ଦୁ ଦେବୀଦେବତା ମୂର୍ତ୍ତିଗୁଡ଼ିକୁ ବନ୍ଦ କୋଠରୀରେ ରଖାଯାଇଛି।

କେତେକ ଐତିହାସିକ ଏବଂ ହିନ୍ଦୁ ସଂଗଠନ ଦ୍ୱାରା ତାଜମହଲ ଏକ ପୁରାତନ ଶିବ ମନ୍ଦିର ବୋଲି ଦାବି କରାଯାଇଥିଲା। ଏହି ଆବେଦନରେ ଦର୍ଶାଯାଇଛି ଯେ କେତେକ ହିନ୍ଦୁ ସଂଗଠନ ଏବଂ ବିଶିଷ୍ଟ ସାଧୁମାନେ ଏହି ସ୍ମାରକୀକୁ ବିଭିନ୍ନ ଐତିହାସିକ ତଥା ତଥ୍ୟ ଦ୍ୱାରା ସମର୍ଥିତ ଏକ ପୁରାତନ ଶିବ ମନ୍ଦିର ବୋଲି ଦାବି କରୁଛନ୍ତି। ଚାରି ମହଲା କୋଠାର ଉପର ଏବଂ ତଳ ଅଂଶରେ ପ୍ରାୟ ୨୨ କୋଠରୀ ସବୁଦିନ ପାଇଁ ବନ୍ଦ ହୋଇ ରହିଛି ବୋଲି ଆବେଦନରେ ଦର୍ଶାଯାଇଛି। ପିଏନ ଓକଙ୍କ ପରି ଐତିହାସିକମାନେ ଏବଂ ହିନ୍ଦୁ ଉପାସକ ବିଶ୍ୱାସ କରନ୍ତି ଯେ ସେସବୁ ବନ୍ଦ କୋଠରୀରେ ଭଗବାନ ଶିବଙ୍କର ମନ୍ଦିର ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?