Posted inଜାତୀୟ

ଭୟକର ନାହିଁ ଖୁସି ମନରେ ପରୀକ୍ଷା ଦିଅ: ଛାତ୍ରୀଛାତ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର…

ନୂଆଦିଲ୍ଲୀ,୨୯।୧ : ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରମାନଙ୍କ ମନୋବଳ ବୃଦ୍ଧି କରାଇବା ସହିତ ଭୟ ନ କରି ଖୁସି ମନରେ ପରୀକ୍ଷା ଦେବାକୁ ପରାମର୍ଶ ଦେଇଛନ୍ତି। ପରୀକ୍ଷା ସମୟରେ ମାନସିକ ଚାପରୁ ଦୁରେଇ ରହିବା ଗୁରୁତ୍ୱପୂର୍ଣ୍ଣ।

ସୋମବାର ଏହି କାର୍ଯ୍ୟକ୍ରମ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ, ଆଇଟିପିଓରେ ଆୟୋଜିତ ହୋଇଛି। ପରୀକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଲୋଚନାର ଏହା ହେଉଛି ସପ୍ତମ ସଂସ୍କରଣ। ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜବାହର ନବୋଦୟ ବିଦ୍ୟାଳୟ ସମେତ ଦେଶର ସରକାରୀ ଏବଂ ବେସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି। ସର୍ବପ୍ରଥମେ ପିଏମ ମୋଦି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପଗୁଡିକ ବୁଲି ଦେଖିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପରୀକ୍ଷା, ଶିକ୍ଷା କ୍ଷେତ୍ର ସହ ଜଡିତ ସମସ୍ତ ଆହ୍ନାନ ଉପରେ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମ ଶିକ୍ଷା ମନ୍ତ୍ରଣାଳୟ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଟୁଇଟର, ଫେସବୁକ ଏବଂ ୟୁଟ୍ୟୁବ ଚ୍ୟାନେଲରେ ସିଧା ପ୍ରସାରଣ କରାଯାଇଛି। ଏହା ସହିତ, ଲାଇଭ ପ୍ରସାରଣର ସମସ୍ତ ଲିଙ୍କ education.gov.inରେ ମଧ୍ୟ ଉପଲବ୍ଧ ।

MyGov ପୋର୍ଟାଲରେ ଉପଲବ୍ଧ ସୂଚନା ଅନୁଯାୟୀ, ଛାତ୍ରୀଛାତ୍ରମାନଙ୍କ ସହିତ ୧୪.୯୩ଲକ୍ଷରୁ ଅଧିକ ଶିକ୍ଷକ ଏବଂ ୫.୬୯ ଲକ୍ଷ ଅଭିଭାବକ ଏହି କାର୍ଯ୍ୟକ୍ରମ ପାଇଁ ପଞ୍ଜୀକୃତ ହୋଇଛନ୍ତି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ସମୟରେ ୪ ହଜାର ଲୋକ ସିଧାସଳଖ ପିଏମ ମୋଦିଙ୍କ ସହ କଥା ହୋଇପାରିବେ। ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୦୦ ଛାତ୍ରୀଛାତ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନର ଉତ୍ତର ମଧ୍ୟ ଦେବା ସହିତ ମନୋନୀତ ଛାତ୍ରୀଛାତ୍ରଙ୍କୁ ନିଜ ଲିଖିତ ଏଗାଜମ ୱାରିୟର୍ସ ମଧ୍ୟ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ମୋଟ ୨୦୫.୬୨ ଲକ୍ଷ ଲୋକ ପଞ୍ଜିକରଣ କରିଛନ୍ତି।

ଏହାର ଲାଇଭ ପ୍ରସାରଣ

  • PPC 2024 YouTube Live Link – https: //www.youtube.com/watch?v=gpO3N_voAaE
  • PPC 2024 Facebook FB Live Link – https: //business.facebook.com/events/228393920327665/  ରେ କରା ଯାଉଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri