ଭୟ କରନ୍ତୁ ନାହିଁ: ଖୋଲା ପବନରେ ବୁଲିଲେ ହେବନି କରୋନା…

ଲକ୍ଷ୍ନୌ,୫।୫: ପୃଥିବୀ ବ୍ୟାପୀ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କିଭଳି ଜୀବନଶୈଳୀ ଆପଣେଇଲେ ସଂକ୍ରମଣଠାରୁ ଦୂରେଇ ରହିହେବ ସେ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବାୟୁ ଦ୍ୱାରା କରୋନା ସଂକ୍ରମଣ ବ୍ୟାପୁଥିବା ଖବର ମିଳିବା ପରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଭୟ ନ କରି ଖୋଲା ପବନରେ ବୁଲିଲେ କରୋନା ସଂକ୍ରମଣ ହେବନି ବୋଲି ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପିଜିଆଇର ହୃଦୟ ରୋଗ ବିଶେଷଜ୍ଞ ପ୍ରଫେସର ସୁଦୀପ୍‌ କୁମାର ସୂଚନା ଦେଇଛନ୍ତି। କରୋନା ଭୂତାଣୁ ବାୟୁରେ ବ୍ୟାପିବା ଅର୍ଥ ଏହା ନୁହେଁ ଯେ, ରାସ୍ତା, ପାର୍କ, ଲକ୍‌ ଅବା ଘର ବାହାରେ ଉଡ଼ି ବୁଲୁଛି। ମାତ୍ର ବନ୍ଦ ଘର ପ୍ରତି ସାବଧାନ ରହିବା ଆବଶ୍ୟକ। ବନ୍ଦ ଘରେ ଏକାଧିକ ଲୋକ ରହିଲେ ସଂକ୍ରମଣ ଶୀଘ୍ର ବ୍ୟାପିଥାଏ। ଯଦି ସେମାନଙ୍କ ମଧ୍ୟରେ କେହି ଆକ୍ରାନ୍ତ ହୋଇଥାନ୍ତି ତାଙ୍କର ଛିଙ୍କ ଅବା ନିଶ୍ୱାସରେ କରୋନା ଭୂତାଣୁ ବାୟୁ ମଣ୍ଡଳରେ ସହଜରେ ବ୍ୟାପିଥାଏ। ମାତ୍ର ଘରର କବାଟ ଝରକା ଖୋଲି ଦେଲେ ବାୟୁ ଚଳାଚଳ କରିବା ଯୋଗୁ ଏଭଳି ଆଶଙ୍କା କମ୍‌ ହୋଇଥାଏ ବୋଲି ସେ କହିଛନ୍ତି। କିନ୍ତୁ କେତେକ ଲୋକ ବାଲକୋନୀ ଅବା ଅଗଣା ଭିତରେ ଚାଲବୁଲ୍‌ କରିବାକୁ ଏବେ ଭୟ କରୁଥିତ୍ବା ଦେଖାଯାଉଛି। ଏଭଳି ଭୟ କରିବା ଅନାବଶ୍ୟକ ବୋଲି ସେ କହିଛନ୍ତି। ଘରୁ ବାହାରକୁ ବାହାରିଲେ ମାସ୍କ୍‌ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଉଚିତ। ଏହାଦ୍ୱାରା ସଂକ୍ରମଣ ଆଶଙ୍କା ଯଥେଷ୍ଟ କମି ଯାଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri