Posted inଜାତୀୟ

କ୍ଷମତାରେ ରହିବାର ଆଶୀର୍ବାଦ ଦିଅନ୍ତୁ ନାହିଁ, ସବୁବେଳେ ସେବା କରିବାକୁ ଚାହେଁ…

ନୂଆଦିଲ୍ଲୀ,୨୮।୧୧: ଦେଶର ସ୍ବାଧୀନତାର ୭୫ ବର୍ଷ ଉପଲକ୍ଷେ ଆୟୋଜିତ ହେଉଥିବା ଅମୃତ ମହୋତ୍ସବ ମନରେ ଦେଶ ଲାଗି କିଛି କରିବାର ଉତ୍ସାହ ଏବଂ ପ୍ରେରଣା ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୩ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି।

ପଞ୍ଚାୟତ ଠାରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ଦେଶର ସାଧାରଣ ଲୋକ ହୁଅନ୍ତୁ ଅବା ସରକାର ସବୁଠାରେ ଅମୃତ ମହୋତ୍ସବର ପ୍ରତିଧ୍ୱନୀ ଗୁଞ୍ଜରିବାରେ ଲାଗିଛି। ସେହିପରି ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତି ଯେ, ମତେ କ୍ଷମତାରେ ରହିବାର ଆଶୀର୍ବାଦ ଦିଅନ୍ତୁ ନାହିଁ। ମୁଁ ସବୁବେଳେ ସେବା କରିବାକୁ ଚାହେଁ। ସରକାର ବହୁ ଲୋକ ହିତକର ଯୋଜନାର ପ୍ରଣୟନ କରିଛନ୍ତି। ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌ କା ବିଶ୍ୱାସ ଦ୍ୱାରା ଦେଶର ବିକାଶ ଧାରା ଅବ୍ୟାହତ ରହିଛି ।

ସେବା ତାଙ୍କ ଜୀବନର ପ୍ରଥମ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରକୃତିର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ଜୀବନଜୀବିକାରେ ବିକାଶ ସହିତ ପରିବେଶ ସୁରକ୍ଷା ସୁନିଶ୍ଚିତ ହୋଇପାରିଥାଏ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଅତି ଖୁସିର କଥା ଯେ, ମନ୍‌ କି ବାତ୍‌ ପରିବାରର ସଦସ୍ୟଙ୍କ ସଂଖ୍ୟା ଧିରେଧିରେ ବଢ଼ିବାରେ ଲାଗିଛି। ନମୋ ଆପ୍‌ ଏବଂ ମାଇଁଗଭ୍‌ ମାଧ୍ୟମରେ ବହୁଲୋକଙ୍କ ଠାରୁ ଉପାଦେୟ ପରାମର୍ଶ ମିଳିପାରୁଛି।

ଦେଶବାସୀ ସେମାନଙ୍କର ଦୁଃଖସୁଖରେ ମତେ ସାମିଲ କରି ଥିବାରୁ ମୁଁ ବେଶ୍‌ ଆନନ୍ଦିତ। ମୁଁ ଏବେ ସେମାନଙ୍କ ପରିବାରର ଏକ ଅଂଶ ଭାବରେ ବିବେଚିତ ହୋଇ ପାରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?