କରୋନା ଘୃଣା ଭାଇଚାରା ନ ଭାଙ୍ଗୁ

କଟକ ଅଫିସ,୩।୮: କରୋନା କାହାକୁ ବି ହୋଇପାରେ। ଆଜି ଯଦି ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଆମେ ଘୃଣା କରିବା, ତେବେ କାଲି ଆମେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। କଟକ ଏକ ଭାଇଚାରାର ସହର। ଅତୀତରେ ଅନେକ କଠିନ ସମୟରେ ମଧ୍ୟ ଏହି ଭାଇଚାରା ଅତୁଟ ରହିଛି। କରୋନା ରୋଗୀଙ୍କ ପ୍ରତି ଘୃଣା ଏହି ଭାଇଚାରାକୁ ନ ଭାଙ୍ଗୁ ବୋଲି କଟକବାସୀଙ୍କୁ ଆହ୍ବାନ ଦେଇଛନ୍ତି ସିଏମ୍‌ସି କମିଶନର ଅନନ୍ୟା ଦାସ।
ରବିବାର ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ପୁରୁଣା ରାଉସାପାଟଣା ଓ ବେହେରା ସାହି ମାଲ୍‌ଗୋଦାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। ଏହି ଜୋନ୍‌ରୁ ବର୍ତ୍ତମାନ ସୁଦ୍ଧା ୧୮୮ଟି ନୂଆ ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ନମୁନା ସଂଗ୍ରହ, ସକ୍ରିୟ ସର୍ବେକ୍ଷଣ ଓ ଘରକୁ ଘର ବୁଲି ସ୍କ୍ରିନିଂ ପ୍ରକ୍ରିୟା ଜାରି ରହିଛି। ଜୁଲାଇ ୨୫ରୁ ୩୦ ଭିତରେ ସହରରେ ୩୩୬ ଜଣ ଚିହ୍ନଟ ହୋଇଛନ୍ତି। ସେଥିରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୧୧୪, ଗୃହ ସଙ୍ଗରୋଧରୁ ୧୧୮, ସରକାରୀ ସଙ୍ଗରୋଧରୁ ୫୯ ଓ ୪୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ପୁରୁଣା ରାଉସପାଟଣାରେ ୬୦୬ଟି ନମୁନା ସଂଗ୍ରହ ହୋଇଥବା ବେଳେ ୧୦୯ ଓ ବେହେରାସାହିରୁ ୧୦୨ଟି ନମୁନା ପରୀକ୍ଷାରୁ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସହରରେ ଅଧିକ ଟେଷ୍ଟିଂକୁ ଗୁରୁତ୍ୱ ଦିଆଯାଉଛି। ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିସ୍‌ମେଣ୍ଟ ଆଇନ ଅଧୀନରେ ପଞ୍ଜୀକୃତ ହୋଇଥିବା ଘରୋଇ ପରୀକ୍ଷାଗାର ଆଇସିଏମ୍‌ଆର୍‌ ମାର୍ଗଦର୍ଶିକା ଅନୁଯାୟୀ ଆଣ୍ଟିଜେନ୍‌ ଟେଷ୍ଟ କରିପାରିବେ। ଏନ୍‌ଏବିଏଲ୍‌ (ପରୀକ୍ଷଣ ପାଇଁ ଜାତୀୟ ପ୍ରମାଣନ ବୋର୍ଡ) ଦ୍ୱାରା ଅନୁବନ୍ଧିତ ପରୀକ୍ଷାଗାରଗୁଡ଼ିକ ଆଇସିଏମ୍‌ଆର୍‌ ମାର୍ଗଦର୍ଶିକା ଅନୁସାରେ ଆର୍‌ଟି-ପିସିଆର୍‌ ଟେଷ୍ଟିଂ କରିପାରିବେ। ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନ, ନିମାହଂସ (ଜାତୀୟ ମାନସିକ ସ୍ବାସ୍ଥ୍ୟ ଓ ସ୍ନାୟୁବିଜ୍ଞାନ ପ୍ରତିଷ୍ଠାନ) ଓ ୟୁଏନ୍‌ଡିପି (ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ)ର ମିଳିତ ଉଦ୍ୟମରେ ମହାନଗର ଅଞ୍ଚଳରେ ଥିବା ବିଭିନ୍ନ କୋଭିଡ୍‌ କେୟାର ସେଣ୍ଟର ଓ ଜିଲା କୋଭିଡ୍‌ ହସ୍ପିଟାଲରେ ରହୁଥିବା ପଜିଟିଭ୍‌ ରୋଗୀଙ୍କ ସହ ମତ ବିନିମୟ ପାଇଁ ସପ୍ତାହକୁ ଦୁଇଥର ୱେବିନାର ଆୟୋଜନ କରାଯାଉଛି। ଏପରି କଠିନ ସମୟରେ ସେମାନଙ୍କର ଉତ୍ତମ ମାନସିକ ସ୍ବାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ଆଶଙ୍କା, ଭ୍ରାନ୍ତ ଧିରଣା ଓ ଅନ୍ୟ ପ୍ରସଙ୍ଗ ଉପରେ ତଥ୍ୟ ସଂଗ୍ରହ କରାଯାଉଥିବା କମିଶନର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?