Posted inରାଜ୍ୟ

ଗୁରୁତର ନ ଥିଲେ କୋଭିଡ୍‌ ହସ୍ପିଟାଲ ଆସନ୍ତୁ ନାହିଁ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ବଢ଼ୁଥିବାବେଳେ ଆକ୍ରାନ୍ତମାନେ ଭୟରେ କୋଭିଡ୍‌ ହସ୍ପିଟାଲ ମୁହାଁ ହେଉଛନ୍ତି। ହେଲେ ଗୁରୁତର ନ ଥିଲେ ହସ୍ପିଟାଲ ନ ଆସିବା ପାଇଁ କରୋନା ଆକ୍ରାନ୍ତଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛି ସ୍ବାସ୍ଥ୍ୟବିଭାଗ।

ଅକ୍ସିଜେନ ଆବଶ୍ୟକ ନ ଥିବା ଅନେକ ରୋଗୀ ଭୟଭୀତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଫଳରେ ଗୁରୁତର ରୋଗୀଙ୍କ ପାଇଁ ହସ୍ପିଟଲରେ ସହଜରେ ବେଡ୍‌ ଉପଲବ୍ଧ ହୋଇପାରୁ ନାହିଁ। ଗୁରୁତର ହୋଇ ନ ଥିବା ରୋଗୀ ଗୃହ ସଙ୍ଗରୋଧ କିମ୍ବା କୋଭିଡ୍‌ କେୟାରରେ ରହି ସୁସ୍ଥ ହୋଇପାରିବେ। ଏଭଳି ସ୍ଥିତିରେ ଗୁରୁତର ରୋଗୀଙ୍କ ପାଇଁ ଯେମିତି ହସ୍ପିଟାଲରେ ବେଡ୍‌ ଖାଲି ରଖାଯାଇପାରିବ ସେନେଇ ବ୍ୟବସ୍ଥା କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି। ଏଥିସହ ଘରେ ରହି ଯେମିତି କରୋନା ଆକ୍ରାନ୍ତ ସୁସ୍ଥ ହୋଇପାରିବେ ଏବଂ ସେମାନଙ୍କ ମନୋବଳ ବୃଦ୍ଧି ପାଇବ ସେନେଇ ଡାକ୍ତରୀ ପରାମର୍ଶ ଉପରେ ମଧ୍ୟ ଗୁରୁତ୍ୱ ଦେଇଛି ସ୍ବାସ୍ଥ୍ୟ ବିଭାଗ। ମେ’ ମାସ ବେଳକୁ କରୋନା ପିକ୍‌ରେ ରହିବା ସମ୍ଭାବନା ଅଛି। ତେବେ ଭୟଭୀତ ହୋଇ ମେଡିକାଲ ନ ଆସିବାକୁ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri