ଗାଁକୁ ଆସୁନାହାନ୍ତି ଗ୍ରାମ୍ୟ କୃଷି କର୍ମଚାରୀ

ରଘୁନାଥପୁର,୧୩।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏପରିକି ତୃଣମୂଳସ୍ତରରେ ଥିବା ଚାଷୀଙ୍କ କୃଷି ସମ୍ପର୍କିତ ସମସ୍ୟା ଦୂର କରିବା ପାଇଁ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ତେବେ ଏହା କେତେମାତ୍ରାରେ କାର୍ଯ୍ୟକାରୀ ହେଉଛି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚାଷୀଙ୍କ ଉନ୍ନତି ପାଇଁ ସରକାରୀ ତହବିଲରୁ ବହୁ ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ କୃଷକଙ୍କ ସମସ୍ୟାର କୌଣସି ଉନ୍ନତି ପରିଲକ୍ଷିତ ହେଉନାହିଁ। ରଘୁନାଥପୁର ବ୍ଲକରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଏଠାରେ କୃଷି କାର୍ଯ୍ୟାଳୟ ତଥା କୃଷି ପରାମର୍ଶ କେନ୍ଦ୍ର ପକ୍ଷରୁ ପଞ୍ଚାୟତସ୍ତରରେ ଚାଷୀମାନଙ୍କୁ ଚାଷ ସମ୍ଭନ୍ଧୀୟ ସୂଚନା ପ୍ରଦାନ ପାଇଁ ଗ୍ରାମ୍ୟ କୃଷି କର୍ମଚାରୀ (ଭିଏଡବ୍ଲ୍ୟୁ)ଙ୍କୁ ନିୟୋଜିତ କରାଯାଇଛି। କିନ୍ତୁ ବହୁ ସମୟରେ ସେମାନଙ୍କ ଦେଖା ମିଳୁ ନ ଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। କୃଷି ସମ୍ବନ୍ଧୀୟ କୌଣସି ତଥ୍ୟ କିମ୍ବା ପରାମର୍ଶ ଜାଣିବାକୁ ଚାହିଁଲେ ସେମାନଙ୍କୁ ପାଇବା କଷ୍ଟକର ବ୍ୟାପାର ବୋଲି ଅନେକ ଚାଷୀ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଏହି କୃଷି କାର୍ଯ୍ୟାଳୟରେ ୧୯ ପଞ୍ଚାୟତ ପାଇଁ ମାତ୍ର ୪ ଜଣ ଭିଏଡବ୍ଲ୍ୟୁ ଅଛନ୍ତି। ଜଣେ ଭିଏଡବ୍ଲ୍ୟୁ ଅଧୀନରେ ୪ରୁ ଊଦ୍ଧର୍‌ବ ପଞ୍ଚାୟତର ଦାୟିତ୍ୱ ରହିଛି। ସମ୍ପୃକ୍ତ କର୍ମଚାରୀମାନଙ୍କୁ ଫୋନ କଲେ ଉଠାଉ ନାହାନ୍ତି। ଯଦି କେହି ଫୋନ ଧରିଲେ ତାହେଲେ ଫିଲଡ଼ରେ ଥିବା କହି କାଟିଦେଉଛନ୍ତି। ଏଭଳି ପରିସ୍ଥିତିରେ ଚାଷୀ ନିଜ ସମସ୍ୟାର ସମାଧାନ ପାଇଁ ଡହଲବିକଳ ହେଉଛନ୍ତି। ଏହି କାର୍ଯ୍ୟରେ ଖିଲାପ କରୁଥିବା କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ଜ୍ଞାନେନ୍ଦ୍ର ଦଳେଇ କୁହନ୍ତି, ଆବଶ୍ୟକ ମୁତାବକ କର୍ମଚାରୀଙ୍କ ଅଭାବ ତଥା ଜଣେ ଭିଏଡବ୍ଲ୍ୟୁଙ୍କ ଅଧୀନରେ ଅଧିକ ପଞ୍ଚାୟତ ରହୁଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି।ଏଥିରେ ସୁଧାର ଆଣିବା ପାଇଁ ଚେଷ୍ଟା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri