‘ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ’

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ ମହଜୁଦ ରଖିବାକୁ ଲାଗି ପଡିଛନ୍ତି। ଫଳରେ ହଜାର ବଜାରରେ ଏବେ ଆତଙ୍କିତ ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ଓ ରବିବାର ଶଟ୍‌ଡାଉନ ରହିଥିଲା। ସୋମବାର ବଜାର ଖୋଲିବାମାତ୍ରେ ଲୋକେ ରାସ୍ତାକୁ ଧାଇଁ ଆସିଥିଲେ। ହାଟବଜାରରେ ଗହଳି କରିଥିଲେ। ଫଳରେ ସୋମବାର ଦିନତମାମ ସବୁଠି ଭିଡ଼ ଲାଗି ରହିଥିଲା। ବିଭିନ୍ନ ସାମଗ୍ରୀ ଘରକୁ ବୋହି ନେଉଥିବା ଦେଖିବାକୁ ମିଳିଥିଲା। କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସହର ଓ ବଜାରର ଏଭଳି ସ୍ଥିତି ଲାଗି ରହିଥିଲା। ଲୋକଙ୍କ ହାତରେ ଆଉ ଗୋଟିଏ ଦିନ ରହିଥିବାରୁ ମଙ୍ଗଳବାର ମଧ୍ୟ ଆହୁରି ଅଧିକ ଭିଡ଼ ହେବାର ଆଶଙ୍କା ରହିଛି। ଏଭଳି ସ୍ଥିତିରେ କଟକ ଓ ଭୁବନେଶ୍ୱର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଦ୍ୱୈତନଗରୀବାସୀଙ୍କୁ ଲକ୍‌ଡାଉନକୁ ନେଇ କୌଣସି ଭୟ ଓ ଆଶଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କରୋନା ସଂକ୍ରମଣର ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାକୁ ନେଇ ଜନସାଧାରଣ ବ୍ୟସ୍ତ ବିବ୍ରତ ହେବାର ଆବଶ୍ୟକତା ନାହିଁ। ଲକ୍‌ଡାଉନ ସମୟରେ ପ୍ରତିଦିନ ୬ଟାରୁ ୧୨ଟା ଯାଏ ପନିପରିବା, ଗ୍ରସେରୀ ଓ ଔଷଧ ଭଳି ଅତ୍ୟାବଶ୍ୟକ ତଥା ଜରୁରୀ ଦୋକାନ ଖୋଲା ରହିବ। ଜନସାଧାରଣ କୋଭିଡ଼ ନିୟମ ମାନି ବିନା ଗାଡ଼ିରେ ଚାଲି ଚାଲି ସ୍ଥାନୀୟ ହାଟରୁ କିଣିପାରିବେ। ତେଣୁ କୌଣସି ପ୍ରକାର ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ କି ଆବଶ୍ୟକତାଠାରୁ ଅଧିକ ଜିନିଷ କିଣନ୍ତୁ ନାହିଁ। ଯେକୌଣସି ପରିସ୍ଥିତି ପାଇଁ ପୋଲିସ ପ୍ରସ୍ତୁତ ରହିଛି। ଲକ୍‌ଡ଼ାଉନ୍‌ ନିୟମ ଉଲଙ୍ଘନ କରି ବାହାରେ ବୁଲିଲେ ଅମାନିଆଙ୍କ ବିରୋଧରେ ଦୃଢ କାଯର୍ର୍‌ୟାନୁଷ୍ଠାନ ନିଆଯିବ। ସେହିଭଳି ଲକ୍‌ଡାଉନ୍‌ ସମୟରେ ଟିକାକରଣ ଓ ଟେଷ୍ଟିଂ ଲାଗି ପ୍ରତିବନ୍ଧକ ଲଗାଯାଇନାହିଁ। ଅନ୍ୟାନ୍ୟ ମେଡ଼ିକାଲ ଓ ଅତ୍ୟାବଶ୍ୟକ କାର୍ଯ୍ୟରେ ମଧ୍ୟ ଲୋକେ ଆବଶ୍ୟକ କାଗଜପତ୍ର ଦେଖାଇ ଯାଇପାରିବେ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri