ନୂଆ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତିରେ ନହେଉ ବିଳମ୍ବ: ଡବ୍ଲୁଏଚଓ ମୁଖ୍ୟ…

ଜେନେଭା,୨୪।୫ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ)ର ୭୬ ତମ ସାଧାରଣସଭା ସ୍ବିଜରଲାଣ୍ଡର ଜେନେଭାରେ ଆରମ୍ଭ ହୋଇଛି। ସଭାରେ ଜୀବନ ବଞ୍ଚାଇବା, ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଚଳିତ ବର୍ଷ ଡବ୍ଲୁଏଚଓର ପ୍ରତିଷ୍ଠା ହେବାର ୭୫ ତମ ବାର୍ଷିକୀ ପୂରଣ ହୋଇଛି। ୧୦ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବ।

ଏହି ସମ୍ମିଳନୀରେ ଡବ୍ଲୁଏଚଓ ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରୟୌସ କହିଛନ୍ତି ପରବର୍ତ୍ତୀ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ବର୍ତ୍ତମାନଠାରୁ ଆରମ୍ଭ ହେବା ଆବଶ୍ୟକ। ଏନେଇ ବିଳମ୍ବ କରା ନ ଯାଉ। ଯଦି ପ୍ରସ୍ତୁତି ବର୍ତ୍ତମାନ ନହୁଏ, ତେବେ ଏହା ଆଉ କେବେ ହୋଇ ପାରିବ ନାହିଁ ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସଦସ୍ୟ ଦେଶଗୁଡିକୁ ସଂସ୍କାର ଆଣିବା, ଅର୍ଥ ବୃଦ୍ଧି ଏବଂ ପରବର୍ତ୍ତୀ ମହାମାରୀ ପାଇଁ ପ୍ରସ୍ତୁତ ହେବାକୁ ଦାବି କରୁଛି। କୋଭିଡ -୧୯ ଉପରେ ଡବ୍ଲୁଏଚଓ ଦ୍ୱାରା ଜାରି କରାଯାଇଥିବା ଜରୁରୀକାଳୀନ ପରିସ୍ଥିତି ନିକଟରେ ସମାପ୍ତ ହୋଇଛି ଏବଂ ଏହା ଆଉ ମହାମାରୀ ନୁହେଁ ବୋଲି କୁହାଯାଇଛି।

ଘେବ୍ରେୟସସ କହିଛନ୍ତି. ଆମେ ପରିବର୍ତ୍ତନ ନ କଲେ ଏହାକୁ କିଏ କରିବ? ଯଦି ବର୍ତ୍ତମାନ କୌଣସି ପରିବର୍ତ୍ତନ କରା ନ ଯାଏ, ତେବେ ଏହା ଆଉ କେବେ ଘଟିବ? ’ ଆଗାମୀ ମହାମାରୀକୁ ରୋକିବା ପାଇଁ ଆଗୁଆ ଆଲୋଚନା କରିବା ଏବଂ ପ୍ରସ୍ତୁତି ପାଇଁ ଏବେ ହେଉଛି ଉପଯୁକ୍ତ ସମୟ ।

ମହାମାରୀ ପ୍ରତି ଚଳିତ ପିଢ଼଼ିର ପ୍ରତିବଦ୍ଧତା ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ପିଢ଼ି ହିଁ ଅନୁଭବ କରିଛି ଏକ ଛୋଟ ଭୁତାଣୁ ସେମାନଙ୍କ ଜୀବନ ପାଇଁ କେତେ ବିପଦପୂର୍ଣ୍ଣ ହୋଇପାରେ।
ବିଶ୍ୱ ସୱାସ୍ଥ୍ୟ ସଂଗଠନ ପ୍ରତି ବିଶ୍ୱର ଆଶା ବହୁଗୁଣିତ ହୋଇଥିବାରୁ ସଂଗଠନ ଜଟିଳ ଆହ୍ବାନର ସମ୍ମୁଖୀନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri