Posted inଜାତୀୟ

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ ଭ୍ରଷ୍ଟାଚାର ସମ୍ପର୍କିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ସହ ଯଦି ଅନିୟମିତତାର ପ୍ରମାଣ ମିଳେ, ତେବେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି।

ବିଧାନସଭାରେ ଏକ ଆଲୋଚନା ସମୟରେ ଉଦୟନିଧି, ବିଜୟଙ୍କ ସେହି ବୟାନର ଜବାବ ଦେଇଥିଲେ, ଯେଉଁଥିରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଠିକ୍‌ ସମୟରେ ପୂର୍ବତନ DMK ସରକାର ସମୟର ଭ୍ରଷ୍ଟାଚାର ଫାଇଲ ସାମ୍ନାକୁ ଆଣିବେ।

ଆଲୋଚନା ସମୟରେ ଉଦୟନିଧି ବିଜୟଙ୍କ ଆଭିମୁଖ୍ୟକୁ ସମାଲୋଚନା କରି କହିଥିଲେ ଯେ ବିଧାନସଭା ଫିଲ୍ମର ଡାଏଲଗ କହିବାର ସ୍ଥାନ ନୁହେଁ। ସେ ବିଜୟଙ୍କୁ କହିଥିଲେ, ବିଧାନସଭାରେ ଫିଲ୍ମ ଭଳି ଜୋରଦାର ଡାଏଲଗ କୁହନ୍ତୁ ନାହିଁ।

ଉଦୟନିଧି ଆହୁରି କହିଥିଲେ ଯେ, ଭ୍ରଷ୍ଟାଚାର ସମ୍ପର୍କିତ ଫାଇଲ ଓ ତଥ୍ୟ ସାର୍ବଜନୀନ କରିବାରେ ଏତେ ବିଳମ୍ବ କାହିଁକି ହେଉଛି? ସରକାରଙ୍କ ପାଖରେ ନିଜ ଅଭିଯୋଗ ପ୍ରମାଣ କରିବା ପାଇଁ ପର୍ଯ୍ୟାପ୍ତ ତଥ୍ୟ ନାହିଁ କି ବୋଲି ମଧ୍ୟ ସେ ପ୍ରଶ୍ନ କରିଥିଲେ।

ଉଦୟନିଧି କହିଥିଲେ, ମୁଁ ତାଙ୍କୁ ଅନୁରୋଧ କରୁଛି, ତୁରନ୍ତ ଫାଇଲ ଖୋଲନ୍ତୁ ଏବଂ ଯଦି ଭ୍ରଷ୍ଟାଚାରର ଠୋସ ପ୍ରମାଣ ରହିଛି, ତେବେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ମୁଖ୍ୟମନ୍ତ୍ରୀ ଫାଇଲଗୁଡ଼ିକୁ ସାର୍ବଜନୀନ କରିବାରେ କାହିଁକି ଦ୍ୱିଧା କରୁଛନ୍ତି ବୋଲି ସେ ପ୍ରଶ୍ନ କରିବା ସହ ବ୍ୟଙ୍ଗ କରି କହିଥିଲେ, ତାରିଖ ଧାର୍ଯ୍ୟ କରିବା ପାଇଁ କ’ଣ ସେ ନିଜ ଜ୍ୟୋତିଷୀଙ୍କୁ ଅପେକ୍ଷା କରୁଛନ୍ତି?

ତେବେ ବିଧାନସଭାରେ ବିଜୟ ଉଦୟନିଧିଙ୍କ ଏହି ଅଭିଯୋଗର ସିଧାସଳଖ ଜବାବ ଦେଇନଥିଲେ। ରାଜ୍ୟର ସ୍କୁଲ ଶିକ୍ଷାମନ୍ତ୍ରୀ ସରକାରଙ୍କ ପକ୍ଷ ରଖି କହିଥିଲେ ଯେ ବିଜୟ ସ୍ବଚ୍ଛତା ଓ ପାରଦର୍ଶିତା ପାଇଁ ପ୍ରତିବଦ୍ଧ। କଥିତ ଭ୍ରଷ୍ଟାଚାର ସହ ଜଡ଼ିତ ଫାଇଲଗୁଡ଼ିକୁ ଠିକ୍‌ ସମୟରେ ସାର୍ବଜନୀନ କରାଯିବ ବୋଲି ସେ ପୁଣିଥରେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?