Posted inଜାତୀୟ

ଆନ୍ଦୋଳନ ପାଇଁ ପଞ୍ଜାବ ଛାଡ଼ି ଦିଲ୍ଲୀ ଚାଲିଯାଅ

ଚଣ୍ଡିଗଡ଼,୧୩।୯: ଗତ ବର୍ଷ ଠାରୁ ଚାଲୁଥିବା ଚାଷୀ ଆନ୍ଦୋଳନ ଉପରେ ପ୍ରଥମ ଥର ଚିନ୍ତା ବ୍ୟକ୍ତ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ଆନ୍ଦୋଳନ କାରଣରୁ ପଞ୍ଜାବ ଅର୍ଥନୀତି ଆଗେଇ ପାରୁନାହିଁ। କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନରେ ଭାଗ ନେଉଥିବା ଚାଷୀଙ୍କୁ ପଞ୍ଜାବ ଛାଡ଼ି ଦିଲ୍ଲୀ ଚାଲିଯାଅ। ଏଭଳି ମନ୍ତବ୍ୟ କାରଣରୁ ବରିଷ୍ଠ କଂଗ୍ରେସ ନେତା ଅମରିନ୍ଦରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ।

“ତୁମେ ଯଦି କେନ୍ଦ୍ର ସରକାର ଉପରେ ଚାପ ପକାଇବାକୁ ଚାହୁଁଛ, ତେବେ ଦିଲ୍ଲୀ ଚାଲିଯାଅ। ତୁମ ଆନ୍ଦୋଳନରେ ପଞ୍ଜାବକୁ ବିଚଳିତ କରନାହିଁ। ଆଜି ମଧ୍ୟ ରାଜ୍ୟର ୧୧୩ ସ୍ଥାନରେ ଆନ୍ଦୋଳନ ଚାଲିଛି। ଏହା ଆମ ଉନ୍ନତିରେ ବାଧକ ସାଜୁଛି”। ହୋଶିଆରପୁର ଜିଲାର ମୁଖଲିଆନା ଗ୍ରାମରେ ଏକ ସରକାରୀ କଲେଜର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଅମରିନ୍ଦର କହିଛନ୍ତି। ଉଲ୍ଲେଖଯୋଗ୍ୟ, ପୂର୍ବରୁ ତାଙ୍କ ନେତୃତ୍ୱରେ ହଜାର ହଜାର ଚାଷୀ ୩ କେନ୍ଦ୍ରୀୟ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଉହ୍ଲାଇଥିଲେ।

ଅମରିନ୍ଦରଙ୍କ ମନ୍ତବ୍ୟ ପରେ ହରିୟାଣାର ଗୃହ ରାଜ୍ୟମନ୍ତ୍ରୀ ଅନିଲ ଭିଜ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଶିରୋମଣୀ ଅକାଳି ଦଳର ନେତ୍ରୀ ହରସିମରତ କୌର ସମାଲୋଚନା କରିଛନ୍ତି। ଅନିଲ ଭିଜ ଟୁଇଟ୍‌ କରିଛନ୍ତି, ଏହା ଏକ ଦାୟିତ୍ୱହୀନ ମନ୍ତବ୍ୟ। ଆଉ ଏଥିରୁ ପ୍ରମାଣ ମିଳିଲା ଯେ, ଅମରିନ୍ଦର ସିଂ ଚାଷୀଙ୍କୁ ଉତ୍ତେଜିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?