ବିଭ୍ରାନ୍ତିକର ତଥ୍ୟ ପ୍ରକାଶ କରନାହିଁ: ଗଣମାଧ୍ୟମକୁ ବାଚସ୍ପତିଙ୍କ ତାଗିଦ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବିଧାନସଭାରେ ବିଧାୟକମାନେ ଉଠାଉଥିବା ପ୍ରସଙ୍ଗ ଏବଂ ସେମାନଙ୍କ କଥାକୁ ଗଣମାଧ୍ୟମରେ ବିଭ୍ରାନ୍ତିକର କରି ପ୍ରକାଶ ନ କରିବାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ବିଧାନସଭା ମୌସୁମୀ ଅଧିବେଶନର ୪ର୍ଥ ଦିବସରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଣିଥିବା ସ୍ବାଧିକାର ଭଙ୍ଗ ନୋଟିସ ପ୍ରସଙ୍ଗରେ ରୁଲିଂ ଦେଇ ବାଚସ୍ପତି ଏହି ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାରେ ଯାହା ଆଲୋଚନା ହେଉଛି ତାହାକୁ ବିଭ୍ରାନ୍ତ କରି ଏକ ଗଣମାଧ୍ୟମ ସଂସ୍ଥା ପ୍ରକାଶ କରିଥିବା ମିଶ୍ର ଅଭିଯୋଗ କରିଥିଲେ। ବଲାଙ୍ଗୀର ଜିଲାରେ କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା ପ୍ରସଙ୍ଗ ସେ ବାରମ୍ବାର ଉଠାଇଥିଲେ ମଧ୍ୟ ଜଣେ ଖବରଦାତା ଉଦ୍ଦେଶ୍ୟମୂଳକଭାବେ ତାହାର ଓଲଟା ଖବର ପ୍ରକାଶ କରିଛନ୍ତି। ଗୃହରେ ସେ କୋଭିଡ୍‌ ପ୍ରସଙ୍ଗ ନ ଉଠାଇ ଅନ୍ୟ ପ୍ରସଙ୍ଗ କଥା ଉଠାଉଥିବା ସମ୍ପୃକ୍ତ ଖବରଦାତା ଜଣକ ନିଜ ଖବରକାଗଜରେ ଲେଖିଛନ୍ତି। ତେବେ ବିଧାନସଭାକୁ ନ ଆସି ମଧ୍ୟ ସମ୍ପୃକ୍ତ ଖବରଦାତା କିପରି ଏଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଲେଖୁଛନ୍ତି। ଏହାଦ୍ୱାରା ଗୃହର ସ୍ବାଧିକାର ଭଙ୍ଗ ହୋଇଥିବା ମିଶ୍ର କହିଥିଲେ। ଏ ପ୍ରସଙ୍ଗରେ ଗଣମାଧ୍ୟମକୁ ତାଗିଦ୍‌ କରି ବାଚସ୍ପତି କହିଥିଲେ, ଗୃହକୁ ଆସୁଥିବା ଖବରଦାତାମାନେ ଠିକ୍‌ ଖବର ପ୍ରସାରଣ କରନ୍ତୁ। ବାହାରେ ଥିବା ଖବରଦାତା ଗୃହ ବିବରଣୀ ପ୍ରକାଶ କରିବାରୁ ନିବୃତ ରହିବାକୁ ବାଚସ୍ପତି କହିଥିଲେ। ନଚେତ୍‌ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri