ବିଭ୍ରାନ୍ତିକର ତଥ୍ୟ ପ୍ରକାଶ କରନାହିଁ: ଗଣମାଧ୍ୟମକୁ ବାଚସ୍ପତିଙ୍କ ତାଗିଦ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବିଧାନସଭାରେ ବିଧାୟକମାନେ ଉଠାଉଥିବା ପ୍ରସଙ୍ଗ ଏବଂ ସେମାନଙ୍କ କଥାକୁ ଗଣମାଧ୍ୟମରେ ବିଭ୍ରାନ୍ତିକର କରି ପ୍ରକାଶ ନ କରିବାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ବିଧାନସଭା ମୌସୁମୀ ଅଧିବେଶନର ୪ର୍ଥ ଦିବସରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଣିଥିବା ସ୍ବାଧିକାର ଭଙ୍ଗ ନୋଟିସ ପ୍ରସଙ୍ଗରେ ରୁଲିଂ ଦେଇ ବାଚସ୍ପତି ଏହି ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାରେ ଯାହା ଆଲୋଚନା ହେଉଛି ତାହାକୁ ବିଭ୍ରାନ୍ତ କରି ଏକ ଗଣମାଧ୍ୟମ ସଂସ୍ଥା ପ୍ରକାଶ କରିଥିବା ମିଶ୍ର ଅଭିଯୋଗ କରିଥିଲେ। ବଲାଙ୍ଗୀର ଜିଲାରେ କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା ପ୍ରସଙ୍ଗ ସେ ବାରମ୍ବାର ଉଠାଇଥିଲେ ମଧ୍ୟ ଜଣେ ଖବରଦାତା ଉଦ୍ଦେଶ୍ୟମୂଳକଭାବେ ତାହାର ଓଲଟା ଖବର ପ୍ରକାଶ କରିଛନ୍ତି। ଗୃହରେ ସେ କୋଭିଡ୍‌ ପ୍ରସଙ୍ଗ ନ ଉଠାଇ ଅନ୍ୟ ପ୍ରସଙ୍ଗ କଥା ଉଠାଉଥିବା ସମ୍ପୃକ୍ତ ଖବରଦାତା ଜଣକ ନିଜ ଖବରକାଗଜରେ ଲେଖିଛନ୍ତି। ତେବେ ବିଧାନସଭାକୁ ନ ଆସି ମଧ୍ୟ ସମ୍ପୃକ୍ତ ଖବରଦାତା କିପରି ଏଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଲେଖୁଛନ୍ତି। ଏହାଦ୍ୱାରା ଗୃହର ସ୍ବାଧିକାର ଭଙ୍ଗ ହୋଇଥିବା ମିଶ୍ର କହିଥିଲେ। ଏ ପ୍ରସଙ୍ଗରେ ଗଣମାଧ୍ୟମକୁ ତାଗିଦ୍‌ କରି ବାଚସ୍ପତି କହିଥିଲେ, ଗୃହକୁ ଆସୁଥିବା ଖବରଦାତାମାନେ ଠିକ୍‌ ଖବର ପ୍ରସାରଣ କରନ୍ତୁ। ବାହାରେ ଥିବା ଖବରଦାତା ଗୃହ ବିବରଣୀ ପ୍ରକାଶ କରିବାରୁ ନିବୃତ ରହିବାକୁ ବାଚସ୍ପତି କହିଥିଲେ। ନଚେତ୍‌ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ...

ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର

ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର...

ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ...

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ...

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri