ସରୁନି ଡୁବଡୁବି ନଦୀ ପୋଲ ନିର୍ମାଣ

ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ ଦୀର୍ଘ ୬ବର୍ଷ ଧରି ଦୁଇଟି ଠିକାସଂସ୍ଥା ପକ୍ଷରୁ ନିର୍ମାଣ କାର୍ଯ୍ୟ ହୋଇଥିଲେ ହେଁ ଶହେ ଫୁଟ୍‌ ଲମ୍ବର ଏହି ପୋଲର ଦୁଇଟି ପିଲରର ନିର୍ମାଣ କାର୍ଯ୍ୟ ମଧ୍ୟ ସରିନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଏହି ପୋଲ ପାଇଁ ୫କୋଟି ଟଙ୍କାର ଟେଣ୍ଡର ହୋଇଥିଲା। ଏହି ପୋଲ ନିର୍ମାଣ ଦ୍ୱାରା ବାଲେଶ୍ୱର ସଦର ବ୍ଲକ ଓ ବାଲିଆପାଳ ବ୍ଲକ ମଧ୍ୟରେ ଗମନାଗମନ ସୁଗମ ହେବା ସହ ଜିଲା ସଦର ମହକୁମାକୁ ୩୦କି.ମି. ଦୂରତା କମ୍‌ ହେବ। ପୋଲ ନିର୍ମାଣ ହୋଇପାରୁ ନ ଥିବାରୁ ସ୍ଥାନୀୟ ଲୋକେ ବିପଦଜନକ ଅବସ୍ଥାରେ ଏହି ନଦୀକୁ ଡଙ୍ଗାରେ ପାରି ହୋଇ ଯାତାୟାତ କରୁଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ବିଧାୟକ ମାନସ କୁମାର ଦତ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମଙ୍ଗଳବାର ବିଧାନସଭାରେ ବିଧାୟକ ଦତ୍ତ ପୋଲ ନିର୍ମାଣରେ ଉଦାସୀନତା ପ୍ରଦର୍ଶନ କରୁଥିବା ଠିକାସଂସ୍ଥା ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଓ ବିଭାଗ ପକ୍ଷରୁ ପୋଲ ସମ୍ପୂର୍ଣ୍ଣ ପାଇଁ କ’ଣ ପଦକ୍ଷେପ ନିଆଯାଇଛି ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ।
ପ୍ରଶ୍ନର ଉତ୍ତରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସେତୁ ବନ୍ଧନ ଯୋଜନାରେ ଡୁବୁଡୁବି ନଦୀ ଉପରେ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେବାରୁ ସମ୍ପୃକ୍ତ ଠିକା ସଂସ୍ଥାକୁ ବିଭିନ୍ନ ସମୟରେ କାରଣ ଦର୍ଶାଅ ନୋଟିସ ଜାରି ସହ ଚୁକ୍ତିନାମାକୁ ୨ଥର ରଦ୍ଦ କରାଯାଇଥିଲା। ପରେ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ସମ୍ପୃକ୍ତ ଠିକାସଂସ୍ଥାକୁ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନିମନ୍ତେ ପୁନର୍ବାର ଅନୁମତି ଦିଆଯାଇଥିଲା। ମାତ୍ର ପୁନର୍ବାର ନିର୍ମାଣ କାର୍ଯ୍ୟକୁ ବିଳମ୍ବିତ କରିବା ଅଭିଯୋଗରେ ଠିକାସଂସ୍ଥାର ଚୁକ୍ତିନାମାକୁ ଗତ ନଭେମ୍ବର ୧୩ ତାରିଖରେ ରଦ୍ଦ କରାଯାଇଛି। ବଳକା କାର୍ଯ୍ୟକୁ ଅନ୍ୟ ଏକ ଟେଣ୍ଡର ପ୍ରକ୍ରିୟା ମାଧ୍ୟମରେ ସମ୍ପୂର୍ଣ୍ଣ କରିବା ନିମନ୍ତେ ପରବର୍ତ୍ତୀ ପଦକ୍ଷେପ ନିଆଯାଉଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri