Posted inଖେଳ

ବିରାଟଙ୍କୁ ଭଲ ଲାଗିଲାନି ଦର୍ଶକଙ୍କ ଏପରି ବ୍ୟବହାର, ଧୋନୀଙ୍କ ସହ ମଧ୍ୟ ହୋଇଥିଲା

ଭଦୋଦରା,୧୧।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ବିଜୟୀ ଇନିଂସ ଖେଳି ମଧ୍ୟ ଖୁସି ନାହାନ୍ତି ବିରାଟ କୋହଲି। ପଡ଼ିଆରେ ଦର୍ଶକଙ୍କ ଆଚରଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଷ୍ଟାର ବ୍ୟାଟର ବିରାଟ। ରୋହିତ ଶର୍ମା ଆଉଟ୍ ହେବା ପରେ କୋହଲି ପଡ଼ିଆକୁ ଆସିବା ସମୟରେ ଦର୍ଶକଙ୍କ ପ୍ରବଳ ଉତ୍ସାହ ଓ ଚିତ୍କାରକୁ ସେ ସହଜରେ ଗ୍ରହଣ କରିପାରିନାହାନ୍ତି।

ମ୍ୟାଚ୍ ଶେଷରେ କୋହଲି କହିଛନ୍ତି ଯେ, “ମୋତେ ଏହା ଆଦୌ ଭଲ ଲାଗୁନାହିଁ। ମୁଁ ପୂର୍ବରୁ ଏମ୍.ଏସ୍ ଧୋନିଙ୍କ କ୍ଷେତ୍ରରେ ମଧ୍ୟ ସମାନ ଘଟଣା ଦେଖିଛି। ମୁଁ ବୁଝିପାରୁଛି ଯେ ଦର୍ଶକମାନେ ଉତ୍ସାହିତ ହୋଇଥାନ୍ତି, କିନ୍ତୁ ଜଣେ ଖେଳାଳି ଆଉଟ୍ ହେବା ପରେ ଏଭଳି ଉତ୍ସବ ମନାଇବା ଠିକ୍ ନୁହେଁ। ଲୋକମାନେ ମୋତେ ଦେଖିବାକୁ ଆସୁଛନ୍ତି, ଏହା ମୋ ପାଇଁ ଏକ ଆଶୀର୍ବାଦ ଏବଂ ସେମାନଙ୍କୁ ଖୁସି ଦେଖିଲେ ମୋତେ ମଧ୍ୟ ଖୁସି ଲାଗେ, କିନ୍ତୁ ମୁଁ କେବଳ ମ୍ୟାଚ୍ ଉପରେ ଧ୍ୟାନ ରଖିବାକୁ ଚେଷ୍ଟା କରେ।”

ସୂଚନାଯୋଗ୍ୟ ଯେ, ଆଇପିଏଲ୍ ସମୟରେ ଚେନ୍ନାଇ ସୁପର କିଙ୍ଗସର ଦର୍ଶକମାନେ ମଧ୍ୟ ଧୋନିଙ୍କୁ ବ୍ୟାଟିଂ ପାଇଁ ଦେଖିବାକୁ ଅନ୍ୟ ଖେଳାଳିଙ୍କ ଆଉଟ୍‌କୁ ସେଲିବ୍ରେଟ୍ କରିବା ନଜରକୁ ଆସିଥାଏ।

ଏହି ମ୍ୟାଚ୍‌ରେ କୋହଲି ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇ ଦ୍ରୁତତମ ୨୮,୦୦୦ ଆନ୍ତର୍ଜାତୀୟ ରନ୍ ପୂରଣ କରିଛନ୍ତି। ସେ ମାତ୍ର ୬୨୪ଟି ଇନିଂସରେ ଏହି ମାଇଲଖୁଣ୍ଟ ଛୁଇଁଛନ୍ତି। ତେବେ କୋହଲି ୯୩ ରନ୍‌ର ଏକ ଦମଦାର ଇନିଂସ ଖେଳିଥିଲେ ମଧ୍ୟ ନିଜର ୮୫ତମ ଆନ୍ତର୍ଜାତୀୟ ଶତକରୁ ବଞ୍ଚିତ ହୋଇଛନ୍ତି।

ନ୍ୟୁଜିଲାଣ୍ଡର ୩୦୦ ରନ୍‌ର ପିଛା କରି ଭାରତ ୬ ୱିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି। କେ.ଏଲ୍. ରାହୁଲ (ଅପରାଜିତ ୨୯ ରନ୍) ଶେଷ ମୁହୂର୍ତ୍ତରେ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ କରି ଦଳକୁ ଜିତାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶୁଭମନ ଗିଲ୍ ୫୬ ରନ୍ ଏବଂ ଶ୍ରେୟସ ଆୟର ୪୯ ରନ୍ କରିଥିବା ବେଳେ ନ୍ୟୁଜିଲାଣ୍ଡ ପକ୍ଷରୁ ଡାରିଲ୍ ମିଚେଲ୍ ସର୍ବାଧିକ ୮୪ ରନ୍ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri