ମୁଣ୍ଡ ନ ପୂରାଉ ଭାରତ

ବେଜିଂ, ୯ା୮: ରଣନୈତିକ ଦୃଷ୍ଟିକୋଣaରୁ ଗୁରୁତ୍ୱପୂର୍ଣ୍ଣ ଶ୍ରୀଲଙ୍କାର ହମ୍ବନଟୋଟା ବନ୍ଦରରେ ଚାଇନା ଏହାର ଗବେଷଣା ଏବଂ ସର୍ଭେ ଜାହାଜ ‘ୟୁଆନ୍‌ ଓ୍ବାଙ୍ଗ୍‌ ୫’ ନିୟୋଜିତ ନ କରିବାକୁ କଲମ୍ବୋ କହିଛି। ଜାତୀୟ ନିରାପତ୍ତା ପ୍ରତି ବିପଦ ଦର୍ଶାଇ ଭାରତ ପକ୍ଷରୁ କୂଟନୈତିକ ଚାପ ପଡ଼ିବା ପରେ ଶ୍ରୀଲଙ୍କା ଏହି ଜାହାଜକୁ ଅନ୍ୟତ୍ର ନେaବାକୁ ଚାଇନାକୁ କହିଛି। ଏହାକୁ ନେଇ ଚାଇନା ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। କଲମ୍ବୋ ଓ ବେଜିଂ କାରବାର ମଧ୍ୟରେ ନୂଆଦିଲ୍ଲୀ ମୁଣ୍ଡ ନ ପୂରାଇବାକୁ ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଓ୍ବାଙ୍ଗ୍‌ ଓ୍ବେନ୍‌ବିନ୍‌ କହିଛନ୍ତି। ଚାଇନା ଓ ଶ୍ରୀଲଙ୍କା ପରସ୍ପରର ସହଯୋଗରେ ମୁକ୍ତ ଭାବେ ଏହି ନିଷ୍ପତ୍ତି ହୋଇଛି। ଏଥିରେ ଉଭୟ ଦେଶର ସାଧାରଣ ସ୍ବାର୍ଥ ନିହିତ। ଏହା ବାରା କୌଣସି ତୃତୀୟ ପକ୍ଷର କ୍ଷତି ହେବ ନାହିଁ। ସୁରକ୍ଷା ଚିନ୍ତାରେ ଭାରତ ଶ୍ରୀଲଙ୍କା ଉପରେ ଚାପ ପକାଇବା କୌଣସି ମାନେ ରଖେନି ବୋଲି ସେ କହିଛନ୍ତି। ପ୍ରକାଶ ଯେ, ଚାଇନା ଭାରତର ସାମୁଦ୍ରିକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ରିସର୍ଚ୍ଚ ଆଳରେ ଏହି ଜାହାଜକୁ ହମ୍ବନ୍‌ଟୋଟା ବନ୍ଦରରେ ଅଗଷ୍ଟ ୧୧ରୁ ୧୭ ତାରିଖ ଯାଏ ମୁତୟନ କରିବାକୁ ଯୋଜନା କରିଥିଲା। ଚାଇନାର ଏହି ଜାହାଜକୁ ସେଠାରେ ନିୟୋଜିତ ନ କରିବାକୁ ଭାରତ ପକ୍ଷରୁ ଶ୍ରୀଲଙ୍କା ଉପରେ କୂଟନୈତିକ ଚାପ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri