‘ରାଞ୍ଚତ୍କୁ ନ ଯାଉ ରାଉରକେଲା ଏନ୍‌ଆଇଏମ୍‌ଆର୍‌’

ଭୁବନେଶ୍ୱର, ୧।୪(ବ୍ୟୁରୋ):ରାଉରକେଲାରେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଲେରିଆ ରିସର୍ଚ୍ଚ (ଏନ୍‌ଆଇଏମ୍‌ଆର୍‌)କୁ ରାଞ୍ଚତ୍କୁ ସ୍ଥାନାନ୍ତର ନ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ। ସେ ଲେଖିଛନ୍ତି ଯେ, ୧୯୮୮ରେ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚର କ୍ଷେତ୍ରୀୟ ଶାଖା ଭାବେ ରାଉରକେଲାଠାରେ ଏନ୍‌ଆଇଏମ୍‌ଆର୍‌ ସ୍ଥାପିତ ହୋଇଥିଲା। ମ୍ୟାଲେରିଆ ଉପରେ ଅଧିକ ଗବେଷଣା ସହ ନିରାକରଣ କ୍ଷେତ୍ରରେ ଏହି ପ୍ରତିଷ୍ଠାନ କାର୍ଯ୍ୟ କରୁଛି। ଏବେ ରାଜ୍ୟ ମ୍ୟାଲେରିଆ ନିରାକରଣ କ୍ଷେତ୍ରରେ ଆଖିଦୃଶିଆ ସଫଳତା ହାସଲ କରିଛି ଓ ଜାତୀୟ ଲକ୍ଷ୍ୟ ପୂରଣ କରିବାରେ ସଫଳ ହୋଇପାରିଛି। ଏଥିସହିତ ସୁନ୍ଦରଗଡ଼ ଭଳି ଅନୁସୂଚିତ ଜାତି ଓ ଜନଜାତି ବହୁଳ ଅଞ୍ଚଳରେ ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ମାନଦଣ୍ଡ ଏବଂ ବଣଜଙ୍ଗଲ ଘେରା ଅଞ୍ଚଳର ମ୍ୟାଲେରିଆର ପ୍ରକୋପ କମିଛି। ଏହି ପ୍ରତିଷ୍ଠାନକୁ ରାଞ୍ଚତ୍କୁ ସ୍ଥାନାନ୍ତର ନିଷ୍ପତ୍ତି କୌଣସି ଦୃଷ୍ଟିରୁ ରାଜ୍ୟ ପାଇଁ ଗ୍ରହଣୀୟ ନୁହେଁ। ଏହାଦ୍ୱାରା ମାଲେରିଆ ରିସର୍ଚ୍ଚ କ୍ଷେତ୍ରରେ କୌଣସି କାର୍ଯ୍ୟ ସାଧିତ ହୋଇପାରିବ ନାହିଁ। ଅନ୍ୟପକ୍ଷରେ ରାଜ୍ୟର ପଶ୍ଚିମ ଓ ଉତ୍ତର ଓଡ଼ିଶା ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନ ହରାଇବ। ମ୍ୟାଲେରିଆ ନିରାକରଣ କ୍ଷେତ୍ରରେ ଅନୁଷ୍ଠାନର ଆବଶ୍ୟକତାକୁ ଅଣଦେଖା କରାଯିବା ନିଶ୍ଚିତ ଭାବେ ଚିନ୍ତାର ବିଷୟ। ତେଣୁ ଏହି ପ୍ରତିଷ୍ଠାନକୁ ରାଞ୍ଚତ୍କୁ ସ୍ଥାନାନ୍ତର ନ କରିବାକୁ ମନ୍ତ୍ରୀ ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri