Posted inଜାତୀୟ

‘ନିରୀହ ଡାକ୍ତରଙ୍କୁ ହଇରାଣ କର ନାହିଁ’

ନୂଆଦିଲ୍ଲୀ,୩୦।୩: ହତ୍ୟା ମାମଲା ରୁଜୁ ହେବା ପରେ ରାଜସ୍ଥାନରେ ବୁଧବାର ଜଣେ ମହିଳା ଡାକ୍ତର ଆତ୍ମହତ୍ୟା କରିଛନ୍ତି। ଏହି ଘଟଣାକୁ ନେଇ କେବଳ ରାଜ୍ୟରେ ନୁହେଁ ଜାତୀୟ ରାଜଧାନୀ ଦିଲ୍ଲୀରେ ମଧ୍ୟ ଡାକ୍ତରମାନେ ରାସ୍ତାକୁ ଓହ୍ଲାଇଛନ୍ତି। ମୃତ ଡାକ୍ତର ଅର୍ଚ୍ଚନା ଶର୍ମାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଥିବା ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ତେବେ ମଙ୍ଗଳବାର ଛୁଆକୁ ଜନ୍ମ ଦେବା ପରେ ମହିଳାଙ୍କର ପ୍ରବଳ ରକ୍ତସ୍ରାବ ହୋଇଥିଲା। ଯାହାକି ତାଙ୍କ ମୃତ୍ୟୁର କାରଣ। କିନ୍ତୁ ମହିଳାଙ୍କ ମୃତ୍ୟୁ ପରେ ମୃତକଙ୍କ ପରିବାର ଲୋକେ ହସ୍ପିଟାଲରେ ପ୍ରଦର୍ଶନ କରିବା ସହ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଡ. ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀଙ୍କ ବିରୋଧରେ ୩୦୨ ଦଫାରେ ମାମଲା ରୁଜୁ ହେବା ପରେ ସେମାନେ ଧାରଣାରୁ ଓହରିଥିଲେ। ଏଥିରେ ଚିନ୍ତିତ ହୋଇ ସେ ଆତ୍ମହତ୍ୟା କରିଥିଲେ।

ତାଙ୍କ ମୃତଦେହ ପାଖରୁ ଏକ ହାତ ଲେଖା ସୁଇସାଇଡ୍‌ ନୋଟ୍‌ ମିଳିଛି। ସେଥିରେ ସେ ନିରୀହ ଡାକ୍ତରଙ୍କୁ ହଇରାଣ ନ କରିବାକୁ ଲେଖିଛନ୍ତି। ଏଥିସହିତ ତାଙ୍କ ସ୍ବାମୀ ଏବଂ ଦୁଇ ଛୁଆଙ୍କୁ ହଇରାଣ ନ କରିବା ଲାଗି ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି। ଏହି ଘଟଣାକୁ ନେଇ ରାଜସ୍ଥାନରେ ଭାରତୀୟ ମେଡିକାଲ ଆସୋସିଏଶନ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଫେଡେରେଶନ ଅଫ୍‌ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ ପକ୍ଷରୁ ଘଟଣାକୁ ନିନ୍ଦା କରିବା ସହ ଡାକ୍ତରଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri