‘କରୋନାକୁ ଅଣଦେଖା ନ କରି ଅଧିକ ସତର୍କ ରୁହ’

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ନୂଆଦିଲ୍ଲୀର ଜୁହାର୍‌ ପରିବାର ଦ୍ୱାରା ରବିବାର ଆୟୋଜିତ ଇ-‘ନୂଆଁଖାଇ ପରବ୍‌’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇ କରୋନାକୁ ଅଣଦେଖା ନ କରି ଅଧିକ ସତର୍କ ରହିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ବର୍ତ୍ତମାନ କରୋନା ଦ୍ୱାରା ଓଡ଼ିଶା ସମେତ ସାରାଦେଶ ପ୍ରଭାବିତ ହୋଇଛି। ତେବେ ଏହି ମହାମାରୀକୁ ବେଖାତିର ନ କରି ଲୋକମାନେ ଲକ୍ଷଣ ଦେଖୁଥିଲେ କୋଭିଡ୍‌ ଟେଷ୍ଟିଂ ସେଣ୍ଟରରେ ପରୀକ୍ଷା କରାଇବାର ଆବଶ୍ୟକତା ଅଛି। କରୋନାର ଅପପ୍ରଚାରଠାରୁ ଦୂରେଇ ରହିବା ସହ ଆଇସିଏମ୍‌ଆର୍‌ର କରୋନା ସମ୍ପର୍କିତ ପ୍ରୋଟୋକଲକୁ ସମସ୍ତେ ପାଳନ କରିବା ଦରକାର। କରୋନାରୁ ରକ୍ଷା ପାଇବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରଖିବା, ହାତ ଧୋଇବା,ଡାକ୍ତରଙ୍କ ପରାମର୍ଶ ନେବା, କରୋନା ଲକ୍ଷଣ ଥିଲେ ପରୀକ୍ଷା କରାଇବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଜୁହାର୍‌ ଭଳି ଅନେକ ସାମାଜିକ ସଙ୍ଗଠନକୁ ନିବେଦନ କରିଛନ୍ତି। ସମସ୍ତଙ୍କ ଜୀବନକୁ ସୁରକ୍ଷିତ କରିବା ଓ କରୋନାରୁ ଦୂରେଇ ରହିବା ପାଇଁ ସଚେତନତା ସୃଷ୍ଟି
କରିବା ଦରକାର। ଗୋଟିଏ ସାମାଜିକ ସଙ୍ଗଠନର ଦାୟିତ୍ୱ କେବଳ ସଂସ୍କୃତି ଓ ପରମ୍ପରାକୁ ଆଗକୁ ନେବାର ନୁହେଁ ବରଂ ବର୍ତ୍ତମାନ ଓ ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଆଗେଇ ଆସିବା ଦରକାର ବୋଲି ସେ କହିଛନ୍ତି। କୃଷିଭିିତ୍ତିକ, ସାମାଜିକ ତଥା ସାଂସ୍କୃତିକ ଗଣପର୍ବ ହେଉଛି ନୂଆଁଖାଇ। ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଭୋଗ ଲାଗି ହେବା, ସ୍ଥାନୀୟ ଜୀବନ ଜୀବିକାକୁ ବଢ଼ାଇବା, ସଂସ୍କୃତି ଓ ପରମ୍ପରାକୁ ଆଗକୁ ନେବାର ଅନନ୍ୟ ପରମ୍ପରା ନୂଆଁଖାଇ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?