କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର ଯୋଗେ ସତର୍କ କରାଯାଇଛି। ବିଶେଷକରି ଗ୍ରୀଷ୍ମଦିନେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ରୌଦ୍ରତାପ କାରଣରୁ ବନ୍ଦ କାର୍ ଭିତରେ ତାପମାତ୍ରା ଅସମ୍ଭବ ଭାବେ ବୃଦ୍ଧି ପାଇଥାଏ। ସାଧାରଣତଃ ବାହାରର ତାପମାତ୍ରା ୪୦ ଡିଗ୍ରୀ ଥିବାବେଳେ କାର୍ ଭିତରର ତାପମାତ୍ରା ବୃଦ୍ଧି ପାଇଁ ୬୦ ଡିଗ୍ରୀ ହେବାକୁ ମାତ୍ର ୧୫ ମିନିଟ୍ ସମୟ ଲାଗେ। ଏହା ସ୍ବାସ୍ଥ୍ୟ ପାଇଁ ହାନିକାରକ ହେବା ସହ ଜୀବନ ଚାଲିଯିବାର ଆଶଙ୍କା ରହିଛି। ତେଣୁ ଓଡ଼ିଶା ପୋଲିସ ପକ୍ଷରୁ ସାମ୍ପ୍ରତିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ସତର୍କତାମୂଳକ ବାର୍ତ୍ତା ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସର ଏହି ବାର୍ତ୍ତାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ କାର୍ ଭିତରେ ଶ୍ୱାସରୁଦ୍ଧ ହୋଇ ଶୁକ୍ରବାର ଜଣେ ଶିଶୁର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


