କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର ଯୋଗେ ସତର୍କ କରାଯାଇଛି। ବିଶେଷକରି ଗ୍ରୀଷ୍ମଦିନେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ରୌଦ୍ରତାପ କାରଣରୁ ବନ୍ଦ କାର୍ ଭିତରେ ତାପମାତ୍ରା ଅସମ୍ଭବ ଭାବେ ବୃଦ୍ଧି ପାଇଥାଏ। ସାଧାରଣତଃ ବାହାରର ତାପମାତ୍ରା ୪୦ ଡିଗ୍ରୀ ଥିବାବେଳେ କାର୍ ଭିତରର ତାପମାତ୍ରା ବୃଦ୍ଧି ପାଇଁ ୬୦ ଡିଗ୍ରୀ ହେବାକୁ ମାତ୍ର ୧୫ ମିନିଟ୍ ସମୟ ଲାଗେ। ଏହା ସ୍ବାସ୍ଥ୍ୟ ପାଇଁ ହାନିକାରକ ହେବା ସହ ଜୀବନ ଚାଲିଯିବାର ଆଶଙ୍କା ରହିଛି। ତେଣୁ ଓଡ଼ିଶା ପୋଲିସ ପକ୍ଷରୁ ସାମ୍ପ୍ରତିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ସତର୍କତାମୂଳକ ବାର୍ତ୍ତା ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସର ଏହି ବାର୍ତ୍ତାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ କାର୍ ଭିତରେ ଶ୍ୱାସରୁଦ୍ଧ ହୋଇ ଶୁକ୍ରବାର ଜଣେ ଶିଶୁର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
ଏମ୍ଏମ୍ଡିଆର୍ ସଂଶୋଧନ ଆଇନକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୮(ସୁନିତ୍ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍ଏମ୍ଡିଆର୍ ସଂଶୋଧନ ଆଇନ-୨୦୨୬ ବିଲ୍ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…
ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍ପି
ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
Archives

