ଜରୁରୀ ନ ଥିଲେ ଘରୁ ବାହାର ନାହିଁ: ଜିଲାପାଳ

କୋରାପୁଟ,୬ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ନେଇ ବିଭିିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ବର୍ତ୍ତମାନ ଜିଲାର ଦୈନିକ ତାପମାତ୍ରା ୩୬ରୁ ୪୦ ଡିଗ୍ରୀ ମଧ୍ୟରେ ରହୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଜିଲାର ଥିବା ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୦.୩୦ ପର୍ଯ୍ୟନ୍ତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ ସମସ୍ତ ଶ୍ରମ କାର୍ଯ୍ୟ ବନ୍ଦ ରଖାଯିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେହିପରି ଲୋକମାନଙ୍କୁ ଉପରୋକ୍ତ ସମୟରେ କେବଳ ଜରୁରୀ ନ ଥିଲେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି ଜିଲାପାଳ। ସମସ୍ତ ବିଦ୍ୟାଳୟରେ ଆବଶ୍ୟକ ପରିମାଣରେ ଓଆର୍‌ଏସ୍‌ ପାଉଚ୍‌ ଓ ବିଶୁଦ୍ଧ ପାନୀୟ ଜଳ ମହଜୁଦ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri