‘ବାହାର ଲୋକେ ପୁରୀ ନ ଆସନ୍ତୁ’

ପୁରୀ ଅଫିସ,୨୬ା୧୧:ପଞ୍ଚକ ବ୍ରତ ବୁଧବାରଠାରୁ ଆରମ୍ଭ ହୋଇଛି। ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଏହାପରେ କାର୍ତ୍ତିକ ପୂର୍ଣ୍ଣିମା। ଏହି ବିଶେଷ ପର୍ବପର୍ବାଣି ପାଇଁ ପୁରୀ ଜିଲା ପ୍ରଶାସନ କେତେକ କଟକଣା ଜାରି କରିଛି। ନାଗାର୍ଜୁନ ବେଶ ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାହାର ଲୋକଙ୍କୁ ପୁରୀ ନ ଆସିବା ପାଇଁ ପ୍ରଶାସନ ପକ୍ଷରୁ ଉପଜିଲାପାଳ ଭବତାରଣ ସାହୁ ଅନୁରୋଧ କରିଛନ୍ତି।
ଏଥର ସବୁକିଛି ବିଗାଡ଼ି ଦେଇଛି କରୋନା। ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ୮ମାସ ହେଲା ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲଗାଯାଇଛି, ଯାହା ଏବେ ବି ବଳବତ୍ତର ରହିଛି। ଅନ୍ୟପକ୍ଷରେ ଏଥର ପଞ୍ଚକ ୬ଦିନ ପଡୁଥିବାବେଳେ ଆସନ୍ତା ଶୁକ୍ରବାର ଦାରୁବିଗ୍ରହଙ୍କ ନାଗାର୍ଜୁନ ବେଶ ଅନୁଷ୍ଠିତ ହେବ। କିନ୍ତୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ଥିବାରୁ ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଏ ସମ୍ପର୍କରେ ଉପଜିଲାପାଳ ସାହୁ କହିଛନ୍ତି, ଏଥର ସ୍ଥିତି ଭିନ୍ନ ରହିଛି। ତେଣୁ ପଞ୍ଚକ ପାଇଁ ମରିଚିକୋଟ ଛକଠାରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ଏହିଠାରୁ ଭକ୍ତମାନେ ଚାଲି ଚାଲି ଯିବେ। ପତିତପାବନଙ୍କୁ ଦର୍ଶନ କରିବା ପରେ କାକୁଡ଼ିଖାଇ ଛକ ଦେଇ ବାହାରିବେ। ନାଗାର୍ଜୁନ ବେଶ ଏବଂ କାର୍ତ୍ତିକ ପୂର୍ଣ୍ଣିମା ଦିନ ବାହାର ଲୋକେ ପୁରୀ ଆସନ୍ତୁ ନାହିଁ। ଘରେ ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତୁ। କିନ୍ତୁ ପୁରୀବାସୀ ପତିତପାବନଙ୍କ ଦର୍ଶନ କରିପାରିବେ। ତିନିଦ୍ୱାରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହେବ। ସେହିପରି ନାଗାର୍ଜୁନ ବେଶ ଏବଂ କାର୍ତ୍ତିକ ପୂର୍ଣ୍ଣିମା ଦିନ ଶ୍ରଦ୍ଧାଳୁ କିପରି ମହାପ୍ରସାଦ ସୁରୁଖୁରୁରେ ପାଇବେ ସେଥିପାଇଁ ବ୍ୟବସ୍ଥା କରାଯାଇଛି। ଉତ୍ତର ଓ ଦକ୍ଷିଣ ଦ୍ୱାରରେ ଅଧିକ ଭିଡ଼ ହେବା ସମ୍ଭାବନା ଥିବାରୁ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ଅବଢ଼ା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri