Posted inଜାତୀୟ

ତଦନ୍ତ ବାଟବଣା ନ ହେଉ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅର୍ଚ୍ଚନା ନାଗ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ମଙ୍ଗଳବାର ଆନ୍ଦୋଳନର ସ୍ବରକୁ ଯୁବକଂଗ୍ରେସ ଅଧିକ ତେଜିଛି। ଅର୍ଚ୍ଚନାଙ୍କ ସମ୍ପର୍କରେ ରହିଥିବା ଶାସକ ଦଳର ନେତା, ମନ୍ତ୍ରୀ ଓ ବିଧାୟକଙ୍କ ସମେତ ପ୍ରଭାବଶାଳୀ ଅଧିକାରୀଙ୍କ ପର୍ଦ୍ଦାଫାଶ ହେବା ଦରକାର। ଏହାସହ ଅର୍ଚ୍ଚନାଙ୍କୁ ମିଳିଥିବା ସରକାରୀ ଆନୁଗତ୍ୟ ଓ ତାଙ୍କ ପଛରେ ଖର୍ଚ୍ଚ କରାଯାଇଥିବା ବିପୁଳ କଳାଧନର ତଥ୍ୟ ମଧ୍ୟ ଉନ୍ମୋଚନ କରାଯାଉ ବୋଲି ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କା ଦାବି କରିଛନ୍ତି।
ପୋଲିସ ଏସବୁ ଦିଗକୁ ନେଇ ନିରପେକ୍ଷ ତଦନ୍ତ ଦାବିରେ ଯୁବକଂଗ୍ରେସ ସଭାପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ପୋଲିସ କମିଶନର(ସିପି)ଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛି। ଯୁବକଂଗ୍ରେସ କର୍ମୀମାନେ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ପ୍ରଥମେ ପ୍ଲାକାର୍ଡ ଧରି ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ଏନେଇ ସ୍ମୃତିରଞ୍ଜନ କହିଛନ୍ତି, ଅର୍ଚ୍ଚନା ନାଗ ମାମଲା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ବହୁ ନେତା, ମନ୍ତ୍ରୀ, ବିଧାୟକ, ଉଚ୍ଚପଦସ୍ଥ ଅଧିକାରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅର୍ଚ୍ଚନାଙ୍କ ସମ୍ପର୍କ ରହିଥିବା ସୂଚନା ମିଳୁଛି। ଅର୍ଚ୍ଚନାଙ୍କ ପଛରେ ସରକାରୀ କଳର ଅପବ୍ୟବହାର ସହ ବହୁ କଳାଧନ ବିନିଯୋଗ ହୋଇଥିବାରୁ ତଦନ୍ତ ପ୍ରକ୍ରିୟା ପ୍ରଭାବିତ ହେବା ଆଶଙ୍କା ରହିଛି। ରାଜ୍ୟରେ ଗରିବ ଜନସାଧାରଣ ପେଟପାଟଣା ପାଇଁ ପ୍ରତିଦିନ ସଂଘର୍ଷ କରୁଥିବାବେଳେ ଜନପ୍ରତିନିଧିମାନେ ଅର୍ଚ୍ଚନା ନାଗଙ୍କ ଭଳି ମହିଳାଙ୍କ ପଛରେ କୋଟି କୋଟି ଟଙ୍କା ଦୁରୁପଯୋଗ କରିବା ନିଶ୍ଚିତ ଭାବେ ନିନ୍ଦନୀୟ। ତେଣୁ ପୋଲିସ କୌଣସି ପ୍ରକାର ଚାପର ବଶବର୍ତ୍ତୀ ନ ହୋଇ ଏହାର ଉପଯୁକ୍ତ ତଦନ୍ତକରି ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସ୍ମୃତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri