ପସନ୍ଦ କରନ୍ତି ନାହିଁ ଜନ୍‌

ଜନ୍‌ ଆବ୍ରାହମ କେତେକ ବିଷୟକୁ ନେଇ ବେଶ୍‌ ସଚେତନ। ସେ କଦାପି କୌଣସି ପାର୍ଟି କିମ୍ବା ଡ୍ୟାନ୍ସ ପ୍ରୋଗ୍ରାମକୁ ଯାଆନ୍ତି ନାହିଁ। କାରଣ ସବୁବେଳେ ଏକ ସାଧାସିଧା ଜୀବନଯାପନ କରିବାକୁ ଚାହାନ୍ତି । ଅଭିନୟ ପୂର୍ବରୁ ସେ ଜଣେ ଆଥେଲେଟ୍‌ ଥିଲେ। ଏପରି କି ଅନେକ ଦୌଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେ ପୁରସ୍କୃତ ମଧ୍ୟ ହୋଇଛନ୍ତି। ଆଉ ଏକ କଥାକୁ ସେ ଆଦୌ ପସନ୍ଦ କରନ୍ତି ନାହିଁ। ତାହା ହେଲା ନିଶାଦ୍ରବ୍ୟ ସେବନ। ଏ ସମ୍ପର୍କରେ ଜନ୍‌ କହନ୍ତି, ‘ଆଜିକାଲି ଅନେକ ଯୁବକ-ଯୁବତୀ ନିଶାଦ୍ରବ୍ୟ ସେବନ କରୁଛନ୍ତି। ସେମାନେ ଏସବୁଠାରୁ ନିଜକୁ ଦୂରେଇ ରଖିବା ଦରକାର। ମୁଁ ବିଶେଷଭାବରେ ପାର୍ଟି କିମ୍ବା ଡ୍ୟାନ୍ସ ପ୍ରୋଗ୍ରାମ ଆଟେଣ୍ଡ କରେନାହିଁ। କାରଣ ନିଜକୁ ସବୁବେଳେ ଏକ ଶାନ୍ତ ପରିବେଶରେ ମୁଁ ରଖିବାକୁ ଚାହିଁଥାଏ।’ ‘ଭିକି ଡୋନର’ ଫିଲ୍ମ ପାଇଁ ତାଙ୍କୁ ଶ୍ରେଷ୍ଠ ପ୍ରଯୋଜକ ଭାବରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମ ଫେୟାର ଆଓ୍ବାର୍ଡ ମଧ୍ୟ ମିଳିଥିଲା। ଏବେ ସେ ଅଭିନୟ ସହ ଫିଲ୍ମ ପ୍ରଯୋଜନାରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri