Posted inଜାତୀୟ

ମୁସଲମାନ ସମ୍ପ୍ରଦାୟ ବିଷୟରେ ଭୁଲ ବୟାନବାଜୀ କର ନାହିଁ: ମୋଦି

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି(ଭାଜପା)ର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁସଲମାନ ସମ୍ପ୍ରଦାୟ ବିଷୟରେ ଖରାପ ବୟାନବାଜୀ କରନାହିଁ। ପସମାନନ୍ଦ ଏବଂ ବୋରା ସମାଜକୁ ଭେଟିବା ଉଚିତ। କାର୍ଯ୍ୟକର୍ତ୍ତାମାନଙ୍କ ସହ ଯୋଗାଯୋଗ ବଜାୟ ରଖିବାକୁ ହେବ। ସମାଜର ସମସ୍ତ ବର୍ଗର ଲୋକଙ୍କୁ ଭେଟ। କେହି ଭୋଟ ଦିଅନ୍ତୁ କି ନାହିଁ, କିନ୍ତୁ ସମସ୍ତଙ୍କୁ ସାକ୍ଷାତ କର। ଦଳର ଅନେକ ଲୋକ ଏବେ ବି ଲାଗୁଛି ଯେ ସେମାନେ ବିରୋଧୀ ଦଳରେ ଅଛନ୍ତି। ଏଣୁ ଅନେକ ଲୋକଙ୍କୁ ମର୍ଯ୍ୟଦାପୂର୍ଣ୍ଣ ଭାଷା କହିବା ଉଚିତ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ରାଜସ୍ଥାନ ଏବଂ ଛତିଶଗଡ଼ର କର୍ମକର୍ତ୍ତାମାନଙ୍କୁ କହିଛନ୍ତି ଯେ, ଅତି ଆତ୍ମବିଶ୍ୱାସ ଭଲ ନୁହେଁ। ଏଥିଲାଗି ଆମେ ନିର୍ବାଚନରେ ହାରିଛେ। ସମସ୍ତଙ୍କୁ ପରିଶ୍ରମ କରିବାର ଆବଶ୍ୟକତା ଅଛି। ‘ମୋଦି ଆସିଲେ,ଜିତିଯିବା’ ଭାବିବା ଭୁଲ। ସମସ୍ତଙ୍କୁ ସମ୍ବେଦନଶୀଳ ହେବା ଉଚିତ। ଶାସନ କ୍ଷମତା ମିଳିଗଲେ ତାହା ସ୍ଥାୟୀ ବୋଲି ଭାବିବା ଅନୁଚିତ ବୋଲି ସେ କହିଛନ୍ତି।

ଏହାଛଡ଼ା ମୋଦି କର୍ମୀମାନଙ୍କୁ ଦାୟିତ୍ୱ ଦେଇ ସୀମା ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ସଂଗଠନକୁ ମଜଭୂତ କରିବାକୁ କହିଛନ୍ତି। ନିର୍ବାଚନକୁ ୪୦୦ ଦିନ ବାକିଅଛି। ସମ୍ପୂର୍ଣ୍ଣ ଶକ୍ତି ସହ ଏଥିପାଇଁ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri