Posted inଜାତୀୟ

ସିଦ୍ଧୁ ମୁସଓ୍ବୋଲାଙ୍କ ପିତାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୬।୩: ସ୍ବର୍ଗତ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତା ବାଲକୌର ସିଂଙ୍କୁ ପୁଣି ଇ-ମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ରବିବାର ସେ ଏନେଇ ପୋଲିସରେ ଅଭିଯୋଗ କରିଛନ୍ତି। ବାଲକୌରଙ୍କୁ ରାଜସ୍ଥାନରୁ ଇମେଲ ଯୋଗେ ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇଙ୍କ ନାଁ ନେଲେ ତାଙ୍କୁ ଏପ୍ରିଲ ୨୫ ପୂର୍ବରୁ ହତ୍ୟା କରାଯିବ ବୋଲି କୁହାଯାଇଛି।

ବାଲକୌର ସିଂ କହିଛନ୍ତି ମୁଁ କଣ ଭୁଲ କରୁଛି? ମୁଁ ମୋ ପୁଅର ମାମଲା ଲଢିବା ଉଚିତ୍‌ ନୁହେଁ କି? ମୋତେ ୧୮, ୨୪ ଏବଂ ୨୭ ଫେବୃଆରୀରେ ଧମକ ଦିଆଯାଇଥିଲା ଯେ ମୋତେ ୨୫ ଏପ୍ରିଲ ପୂର୍ବରୁ ହତ୍ୟା କରାଯିବ। ମୁଁ ସରକାରଙ୍କୁ କହିବାକୁ ଚାହୁଁଛି ଯେ ମୋର ସୁରକ୍ଷା ପ୍ରତ୍ୟାହାର କରାଯାଉ। ମୁଁ ଲଢେଇ ଜାରି ରଖିବି। ପୋଲିସର ସୂଚନାନୁସାରେ, ମୁସେୱାଲାଙ୍କ ପିତାଙ୍କୁ ଧମକ ଦେବା ଅଭିଯୋଗରେ ଅଜଣା ଲୋକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ମାର୍ଚ୍ଚ ୭ରେ, ମୁସେୱାଲାଙ୍କ ପିତା ପଞ୍ଜାବ ବିଧାନସଭା ବାହାରେ ଧାରଣା ଦେଇ ତାଙ୍କ ପୁଅର ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଥିଲେ। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।
ଗତ ବର୍ଷ ମେ ୨୯ରେ ସିଦ୍ଧୁ ମୁସେୱାଲାଙ୍କୁ ମାନସଠାରେ ଗୁଳି କରି ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ମୁସେୱାଲାଉପରେ ୩୦ରୁ ଅଧିକ ରାଉଣ୍ଡ ଗୁଳି ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri