ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ, କୌଣସି ବି ପରିସ୍ଥିତିର ସାମ୍ନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱସ୍ତରୀୟ ଯୁଦ୍ଧ ପରିସ୍ଥିତିର ପ୍ରଭାବକୁ ନେଇ ସେ ବ୍ୟକ୍ତିଗତ ଭାବେ ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ପ୍ରଶାସନ ସଜାଗ ରହିଛି। ତେଣୁ ଲୋକମାନେ ଆଦୌ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଜନସାଧାରଣଙ୍କ ମନରୁ ଦ୍ୱନ୍ଦ୍ୱ ଦୂର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସର ପର୍ଯ୍ୟାପ୍ତ ଭଣ୍ଡାର ରହିଛି। ଚାଷୀଙ୍କ ପାଇଁ ଆବଶ୍ୟକ ସାର ମଧ୍ୟ ସମ୍ପୂର୍ଣ୍ଣ ମହଜୁଦ ଅଛି। ସାମଗ୍ରୀର ଅଭାବ ଦେଖାଦେବାର କୌଣସି ଆଶଙ୍କା ନାହିଁ।
ଯୁଦ୍ଧ ସ୍ଥିତିର ସୁଯୋଗ ନେଇ କିଛି ଅସାଧୁ ବ୍ୟବସାୟୀ କଳାବଜାରୀ କରିବାର ଆଶଙ୍କା ଥିବାରୁ ମୁଖ୍ୟମନ୍ତ୍ରୀ ଶକ୍ତ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ କହିଛନ୍ତି,”କଳାବଜାରୀ ଉପରେ କଡ଼ା ନଜର ରଖାଯାଇଛି ଏବଂ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇଛି। ଯେଉଁମାନେ ଆଇନ ଶୃଙ୍ଖଳା ଭଙ୍ଗ କରିବେ କିମ୍ବା କୃତ୍ରିମ ଅଭାବ ସୃଷ୍ଟି କରିବାକୁ ଚେଷ୍ଟା କରିବେ, ସେମାନଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡ ଦିଆଯିବ।”
ମୁଖ୍ୟମନ୍ତ୍ରୀ ନିଜ ବିବୃତିରେ ପୁଣି ଥରେ ଦୋହରାଇଛନ୍ତି ଯେ, “ଯେଉଁଭଳି ପରିସ୍ଥିତି ଆସୁ ନା କାହିଁକି, ଓଡ଼ିଶା ସରକାର ସାମ୍ନା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ।” ଏହି ବୟାନ ପରେ ସାଧାରଣ ଜନତାଙ୍କ ମଧ୍ୟରେ ଥିବା ଆତଙ୍କ ଧୀରେ ଧୀରେ ହ୍ରାସ ପାଇବ ବୋଲି କୁହାଯାଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri