Posted inଜାତୀୟ

‘ମୋ କାନ୍ଧରେ ବନ୍ଧୁକ ଫୁଟାଅ ନାହିଁ’

ନୂଆଦିଲ୍ଲୀ,୨୪।୧: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ନ୍ୟାୟପାଳିକା ମଧ୍ୟରେ ବିବାଦ ଲାଗିରହିଥିବାବେଳେ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଆର୍‌.ଏସ୍‌. ସୋଧି ସୋମବାର କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁଙ୍କୁ ପରାମର୍ଶ ଦେଇଛନ୍ତି। ଆଇନମନ୍ତ୍ରୀ ଏହି ପ୍ରସଙ୍ଗ ଉଠାଇଥିବାରୁ ସେ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ଜଷ୍ଟିସ ସୋଧି ରାଜନୈତିକ ବ୍ୟକ୍ତି ହୋଇ ନ ଥିବାରୁ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ କହିଛନ୍ତି। କଲେଜିୟମ ବ୍ୟବସ୍ଥା ଅସାମ୍ବିଧାନିକ ସେ ଦେଇଥିବା ମତାମତ ତାଙ୍କର ବ୍ୟକ୍ତିଗତ। ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ଏକ ସଚିବାଳୟ ରହିବା ଆବଶ୍ୟକ ବୋଲି ସୋଧି କହିଥିଲେ। ଦୁଇ କିମ୍ବା ତିନି ଜଣ ବିଚାରପତି କିପରି ଅନ୍ୟ ବିଚାରପତିମାନଙ୍କ ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି ନେଇପାରିବେ ବୋଲି ସେ ପ୍ରଶ୍ନ କରିଥିଲେ। କଲେଜିୟମ ବ୍ୟବସ୍ଥା ବିଫଳ ହୋଇଛି। ତେବେ ବିଚାରପତି ନିଯୁକ୍ତିକୁ ନେଇ ସର୍ବସାଧାରଣରେ ସମାଲୋଚନା କରିବାରୁ ସାମ୍ବିଧାନିକ ସଂସ୍ଥାଗୁଡ଼ିକ ଦୂରେଇ ରହିବା ଆବଶ୍ୟକ ବୋଲି ଜଷ୍ଟିସ ସୋଧି କହିଛନ୍ତି। ନ୍ୟାୟପାଳିକା, କାର୍ଯ୍ୟପାଳିକା ଏବଂ ବ୍ୟବସ୍ଥାପିକା ମଧ୍ୟରେ କ୍ଷମତାକୁ ନେଇ ବିତର୍କ ଲାଗିରହିଥିବାବେଳେ ଜଷ୍ଟିସ ସୋଧି କହିଛନ୍ତି, ଆଇନ ପ୍ରଣୟନରେ ପାର୍ଲାମେଣ୍ଟର ସର୍ବୋଚ୍ଚ କ୍ଷମତା ରହିଛି, ତେବେ ଆଇନକୁ ଯାଞ୍ଚ କରିବା କ୍ଷମତା ସୁପ୍ରିମକୋର୍ଟଙ୍କର ରହିଛି। ସୂଚନାଯୋଗ୍ୟ, କେନ୍ଦ୍ର ଓ ନ୍ୟାୟପାଳିକା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ରବିବାର ରିଜିଜୁ ପୂର୍ବତନ ବିଚାରପତିଙ୍କ ସାକ୍ଷାତ୍‌କାରର ଏକ ଭିଡିଓକୁ ଶେୟାର କରିଥିଲେ, ଯାହାକୁ ଜଷ୍ଟିସ ସୋଧି ନାପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri