Posted inଜାତୀୟ

‘ମୋ କାନ୍ଧରେ ବନ୍ଧୁକ ଫୁଟାଅ ନାହିଁ’

ନୂଆଦିଲ୍ଲୀ,୨୪।୧: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ନ୍ୟାୟପାଳିକା ମଧ୍ୟରେ ବିବାଦ ଲାଗିରହିଥିବାବେଳେ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଆର୍‌.ଏସ୍‌. ସୋଧି ସୋମବାର କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁଙ୍କୁ ପରାମର୍ଶ ଦେଇଛନ୍ତି। ଆଇନମନ୍ତ୍ରୀ ଏହି ପ୍ରସଙ୍ଗ ଉଠାଇଥିବାରୁ ସେ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ଜଷ୍ଟିସ ସୋଧି ରାଜନୈତିକ ବ୍ୟକ୍ତି ହୋଇ ନ ଥିବାରୁ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ କହିଛନ୍ତି। କଲେଜିୟମ ବ୍ୟବସ୍ଥା ଅସାମ୍ବିଧାନିକ ସେ ଦେଇଥିବା ମତାମତ ତାଙ୍କର ବ୍ୟକ୍ତିଗତ। ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ଏକ ସଚିବାଳୟ ରହିବା ଆବଶ୍ୟକ ବୋଲି ସୋଧି କହିଥିଲେ। ଦୁଇ କିମ୍ବା ତିନି ଜଣ ବିଚାରପତି କିପରି ଅନ୍ୟ ବିଚାରପତିମାନଙ୍କ ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି ନେଇପାରିବେ ବୋଲି ସେ ପ୍ରଶ୍ନ କରିଥିଲେ। କଲେଜିୟମ ବ୍ୟବସ୍ଥା ବିଫଳ ହୋଇଛି। ତେବେ ବିଚାରପତି ନିଯୁକ୍ତିକୁ ନେଇ ସର୍ବସାଧାରଣରେ ସମାଲୋଚନା କରିବାରୁ ସାମ୍ବିଧାନିକ ସଂସ୍ଥାଗୁଡ଼ିକ ଦୂରେଇ ରହିବା ଆବଶ୍ୟକ ବୋଲି ଜଷ୍ଟିସ ସୋଧି କହିଛନ୍ତି। ନ୍ୟାୟପାଳିକା, କାର୍ଯ୍ୟପାଳିକା ଏବଂ ବ୍ୟବସ୍ଥାପିକା ମଧ୍ୟରେ କ୍ଷମତାକୁ ନେଇ ବିତର୍କ ଲାଗିରହିଥିବାବେଳେ ଜଷ୍ଟିସ ସୋଧି କହିଛନ୍ତି, ଆଇନ ପ୍ରଣୟନରେ ପାର୍ଲାମେଣ୍ଟର ସର୍ବୋଚ୍ଚ କ୍ଷମତା ରହିଛି, ତେବେ ଆଇନକୁ ଯାଞ୍ଚ କରିବା କ୍ଷମତା ସୁପ୍ରିମକୋର୍ଟଙ୍କର ରହିଛି। ସୂଚନାଯୋଗ୍ୟ, କେନ୍ଦ୍ର ଓ ନ୍ୟାୟପାଳିକା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ରବିବାର ରିଜିଜୁ ପୂର୍ବତନ ବିଚାରପତିଙ୍କ ସାକ୍ଷାତ୍‌କାରର ଏକ ଭିଡିଓକୁ ଶେୟାର କରିଥିଲେ, ଯାହାକୁ ଜଷ୍ଟିସ ସୋଧି ନାପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri