Posted inଖେଳ

ଶୁବମନଙ୍କୁ ମୁଣ୍ଡରେ ବସାନ୍ତୁ ନାହିଁ, କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିବା ଓପନିଂ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ତାଙ୍କର ପ୍ରଥମ ଟେଷ୍ଟ ସିରିଜରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ମେଲବୋର୍ନ ଟେଷ୍ଟରେ ଡେବ୍ୟୁ କରିବା ସମୟରେ ଗିଲ ସୁପର ଇନିଂସ ଖେଳିଥିଲେ। ସମସ୍ତେ ଗିଲଙ୍କ କୌଶଳକୁ ପ୍ରଶଂସା କରିଥିଲେ। ପୂର୍ବତନ ଓପନର୍‌ ଗୌତମ ଗମ୍ଭୀର ମଧ୍ୟ ଗିଲଙ୍କ ପ୍ରଶଂସକ ହୋଇଥିଲେ, କିନ୍ତୁ ତାଙ୍କୁ ପ୍ରଶଂସା କରିବା ସହିତ ତାଙ୍କୁ ଏତେ ଶୀଘ୍ର ମୁଣ୍ଡରେ ବସାଇବା ଠିକ ନୁହେଁ ବୋଲି ମଧ୍ୟ କହିଥିଲେ। ଗମ୍ଭୀର କହିଛନ୍ତି ଯେ ଗିଲଙ୍କୁ ଏପର୍ଯ୍ୟନ୍ତ ଚାପ ଦିଆଯିବା ଉଚିତ ନୁହେଁ, ବରଂ ତାଙ୍କୁ ସମୟ ଦିଆଯିବା ଉଚିତ। ଆଡିଲେଡରେ ଲଜ୍ଜାଜନକ ପରାଜୟ ପରେ ମେଲବୋର୍ନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦଳରେ ଏକ ବଡ଼ ପରିବର୍ତ୍ତନ ହୋଇଥିଲା ଏବଂ ଓପନର୍‌ ପୃଥ୍ବୀ ଶ’ଙ୍କୁ ବସାଇ ଶୁବମନ ଗିଲଙ୍କୁ ସୁଯୋଗ ଦିଆଯାଇଥିଲା। ବ୍ରିସବେନ ଟେଷ୍ଟରେ ସେ ଏକ ଶତକ ହାସଲ କରିବାରେ ବଞ୍ଚିତ ହୋଇଥିଲେ। ଗିଲ ଯେଉଁଭଳି ପ୍ରଦର୍ଶନ କରୁଛନ୍ତି, ଇଂଲଣ୍ଡ ବିପକ୍ଷ ଦଳରେ ତାଙ୍କର ସ୍ଥାନ ମଧ୍ୟ ନିଶ୍ଚିତ ହୋଇଛି। ଗମ୍ଭୀର କହିଛନ୍ତି ଯେ ଗିଲ ଏବେଠାରୁ ଅଧିକ ଚିନ୍ତା କରିବା ଉଚିତ୍‌ ନୁହେଁ, ଏହା ତାଙ୍କୁ ଚାପରେ ପକାଇପାରେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଗିଲ ୨ଟି ଇନିଂସରେ ୨୫୯ରନ ସଂଗ୍ରହ କରିଥିଲେ। ଏଥି ମଧ୍ୟରେ ୨ଟି ଅର୍ଦ୍ଧଶତକ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri