ଅତୀତର ଭୁଲ୍‌ ଦୋହରାଅନି

ଓ୍ବାଶିଂଟନ/ବେଜିଂ,୫ା୪: ଆମେରିକା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସ ସ୍ପିକର କେଭିନ୍‌ ମ୍ୟାକ୍‌କାର୍ଥି ଚଳିତ ସପ୍ତାହରେ କାଲିଫର୍ନିଆରେ ତାଇଓ୍ବାନ୍‌ ରାଷ୍ଟ୍ରପତି ସାଇ ଇଙ୍ଗ୍‌-ଓ୍ବେନ୍‌ଙ୍କୁ ଭେଟିବେ। ଏନେଇ ହାଉସ୍‌ ସ୍ପିକରଙ୍କ ଅଫିସ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରିପବ୍ଲିକାନ୍‌ ମ୍ୟାକ୍‌କାର୍ଥି ହେଉଛନ୍ତି ଆମେରିକା ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ପରେ ତୃତୀୟ ବରିଷ୍ଠ ନେତା। ଅନ୍ୟପକ୍ଷେ ଅତୀତର ଭୁଲ୍‌କୁ ଆଉ ନ ଦୋହରାଇବା ପାଇଁ ଆମେରିକାକୁ ମଙ୍ଗଳବାର ଚାଇନା ଚେତାବନୀ ଦେଇଛି।

ଅଫିସ୍‌ ପକ୍ଷରୁ ସୋମବାର କୁହାଯାଇଛି ଯେ, ତାଇଓ୍ବାନ୍‌ ରାଷ୍ଟ୍ରପତି କେନ୍ଦ୍ରୀୟ ଆମେରିକାରୁ ସ୍ବଦେଶକୁ ଫେରିବା ପୂର୍ବରୁ କାଲିଫର୍ନିଆର ଲସ୍‌ଏଞ୍ଜେଲସ୍‌ରେ ତାଙ୍କ ସହ ସ୍ପିକର ଦ୍ୱିପାକ୍ଷିକ ବୈଠକ କରିବେ। ରୋନାଲ୍ଡ ରିଗାନ୍‌ ପ୍ରେସିଡେନ୍ସିଆଲ ଲିବର୍ଟିରେ ଦୁଇନେତାଙ୍କ ମଧ୍ୟରେ ଆଲୋଚନା ହେବ। ତେବେ ତାଇଓ୍ବାନ୍‌କୁ ନିଜ ଭୂଖଣ୍ଡ ବୋଲି ଦାବି କରୁଥିବା ବେଜିଂ ଏହାକୁ ଚାଇନା ସାର୍ବଭୌମତ୍ୱ ପ୍ରତି ବିପଦ ଦର୍ଶାଇ କଡ଼ା ବିରୋଧ କରିଛି। ଗତ ଅଗଷ୍ଟରେ ଦ୍ୱୀପରାଷ୍ଟ୍ର ତାଇଓ୍ବାନ୍‌କୁ ତତ୍କାଳୀନ ହାଉସ୍‌ ସ୍ପିକର ତଥା ଡେମୋକ୍ରାଟ୍‌ ନାନ୍ସି ପେଲୋସିଙ୍କ ଗସ୍ତ ବେଳେ ମଧ୍ୟ ଚାଇନା ବିରୋଧ କରିଥିଲା।

ଲସ୍‌ଏଞ୍ଜେଲସ୍‌ସ୍ଥିତ ଚାଇନା କନ୍‌ସୁଲେଟ୍‌ ପକ୍ଷରୁ କୁହାଯାଇଛି ଯେ, ତାଇଓ୍ବାନ୍‌ ରାଷ୍ଟ୍ରପତିଙ୍କ ସହ ଆମେରିକା ହାଉସ୍‌ ସ୍ପିକର ସାକ୍ଷାତ କରିବା କ୍ଷେତ୍ରୀୟ ଶାନ୍ତି, ସୁରକ୍ଷା ଓ ସ୍ଥିରତା ପାଇଁ ଅନୁକୂଳ ନୁହେଁ। ଏହା ଆମେରିକା ଓ ଚାଇନା ଜନସାଧାରଣଙ୍କ ହିତର ପରିପନ୍ଥୀ। ମ୍ୟାକ୍‌କାର୍ଥି ତାଙ୍କ ପୂର୍ବସୂରୀଙ୍କ ଭୁଲ୍‌ରୁ ମିଳିଥିବା ଶିକ୍ଷାକୁ ଅଣଦେଖା କରୁଛନ୍ତି। ଆମେରିକା ଏହାକୁ ଏକ ସ୍ବାଭାବିକ ପ୍ରଥା ଭାବେ ଅଭିହିତ କରିବା ସହ ଚାଇନା ଅତିଶୟ ପ୍ରତିକ୍ରିୟା ପ୍ରକାଶ କରିବା ଅନୁଚିତ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri