‘ପୂର୍ବତଟ ରେଳପଥରୁ ଓ୍ବାଲ୍‌ଟିୟର ଅଲଗା ନ ହେଉ’

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ୨୦୧୯ରେ ରେଳ ମନ୍ତ୍ରଣାଳୟ ପୂର୍ବତଟ ରେଳପଥ ଜୋନ୍‌ରୁ ଓ୍ବାଲ୍‌ଟିୟର ଡିଭିଜନ ଅଲଗା କରିନେଇ ଆନ୍ଧ୍ରପ୍ରଦେଶ ପାଇଁ ଏକ ସ୍ବତନ୍ତ୍ର ରେଳ ଜୋନ୍‌ ପ୍ରତିଷ୍ଠାର ଘୋଷଣା କରିଛି। ଏହି ନିଷ୍ପତ୍ତି ଯୋଗୁ ଇଷ୍ଟକୋଷ୍ଟ ଜୋନ୍‌ର ବଡ଼ କ୍ଷତି ହେବାକୁ ଯାଉଛି। ଏହାଦ୍ୱାରା ଇଷ୍ଟ କୋଷ୍ଟ ବାର୍ଷିକ ୫ରୁ ୧୦ ହଜାର କୋଟି ଟଙ୍କା ହରାଇବ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଅଭିଯୋଗ ଆଣିିଛନ୍ତି। ଏନେଇ ବୁଧବାର ଶ୍ରୀକାନ୍ତ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।
ଶ୍ରୀକାନ୍ତ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଇଷ୍ଟକୋଷ୍ଟ ରେଲଓ୍ବେ ଜୋନ ୧୯୯୬ରେ ତତ୍କାଳୀନ ୟୁନାଇଟେଡ୍‌ ଫ୍ରଣ୍ଟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପ୍ରତିଷ୍ଠା ହୋଇଥିଲା। ଏହାକୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ା, ତତ୍କାଳୀନ ରେଳମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା। ଏହି ଉତ୍ସବରେ ସେ ମଧ୍ୟ କେନ୍ଦ୍ରମନ୍ତ୍ରୀ ଭାବେ ଉପସ୍ଥିତ ଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ବିଶିଷ୍ଟ ଅତିଥି ଭାବେ ଉପସ୍ଥିତ ଥିଲେ। ଏହା ଦେଶର ସମସ୍ତ ରେଳଜୋନ୍‌ ମଧ୍ୟରେ ଏକ ନମ୍ବର ହୋଇପାରିଛି। ଏଠାରୁ ପ୍ରତିବର୍ଷ ୨୫ ହଜାର କୋଟି ଟଙ୍କାରୁ ଅଧିକ ଲାଭ ହେଉଛି। ଏହି ରେଳ ଜୋନ ପ୍ରତିଷ୍ଠା ଲାଗି ବହୁ ଛାତ୍ର ଓ ଯୁବନେତା ଦିଲ୍ଲୀର ତିହାର ଜେଲଠାରୁ ଆରମ୍ଭ କରି କଟକ ଓ ଖୋର୍ଦ୍ଧା ଜେଲରେ ସମୟ କଟାଇଛନ୍ତି। ତେଣୁ ଉକ୍ତ ରେଳଜୋନ୍‌କୁ ସଂକୀର୍ଣ୍ଣ କରା ନ ଯାଉ। ଏପରିକି ରେଲଓ୍ବରେ ଚାକିରି କ୍ଷେତ୍ରରେ ଓଡିଆ ପିଲାଙ୍କ ସଂଖ୍ୟା ଅତି ନଗଣ୍ୟ। ଯଦି କେନ୍ଦ୍ର ସରକାର ନୀତିଗତ ଭାବେ ରାଜ୍ୟ ଓ କେନ୍ଦ୍ରିକ ରେଳଜୋନ କରିବାକୁ ଯାଉଛନ୍ତି ତେବେ ଦକ୍ଷିଣ-ପୂର୍ବ ରେଳବାଇର ଚକ୍ରଧରପୁର ଓ ଖଡଗପୁର ଡିଭିଜନର ଓଡିଶା ଅଞ୍ଚଳକୁ ଇଷ୍ଟ କୋଷ୍ଟ ଜୋନ୍‌ରେ ମିଶାଇ ଦିଆଯାଉ ବୋଲି ସେ କହିଛନ୍ତି।
ଅଶ୍ୱିନୀ ବୈଷ୍ଣବ ବିଜେଡି ସମର୍ଥନରେ ରାଜ୍ୟ ସଭାକୁ ଯାଇ ରେଳମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ଉପରେ ଚାପ ପକାଇ ଓଡ଼ିଶାର ବୃହତର ସ୍ବାର୍ଥ ଦୃଷ୍ଟିରୁ ଆଗେଇ ଆସନ୍ତୁ ବୋଲି ଶ୍ରୀକାନ୍ତ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri