ଅଟକିବନି ବିକାଶ କାର୍ଯ୍ୟ

ପୁରୀ ଅଫିସ,୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତ କରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଦର୍ଶନ ସାରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଐତିହ୍ୟ ପାଇଁ ଜାରି ହୋଇଥିବା ପ୍ରସ୍ତାବିତ ଉପନିୟମ ଚିଠା ସମ୍ପର୍କରେ ମନ୍ତବ୍ୟ ରଖି କହିଛନ୍ତି ଯେ, ଶ୍ରୀମନ୍ଦିର ଉନ୍ନୟନମୂଳକ କାର୍ଯ୍ୟକୁ କେହି ରୋକିପାରିବେ ନାହିଁ। ଏହା ଜାରି ରହିବ। ତେବେ ପ୍ରସ୍ତାବିତ ଉପନିୟମ ଚିଠାକୁ ତୁରନ୍ତ ପ୍ରତ୍ୟାହାର କରାଯିବାର ଆବଶ୍ୟକତା ରହିଛି। ପୁରୀ ଶ୍ରୀମନ୍ଦିର ଉନ୍ନୟନମୂଳକ କାର୍ଯ୍ୟରେ ସହାୟକ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାର ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନଙ୍କ ସହ ହେଲିକପ୍ଟର ଯୋଗେ ତାଳବଣିଆଠାରେ ପହଞ୍ଚିଥିଲେ। ସେଠାରେ ଜିଲାପାଳ ସମର୍ଥ ବର୍ମା ଓ ଏସପି କନ୍‌ୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟା ବେଳେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିର ଭିତରୁ ଦର୍ଶନ ସାରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ସମ୍ମୁଖରେ ଉପସ୍ଥିତ ଲୋକେ ସ୍ବାଗତ କରିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ କୁମାର ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ ଓ ଉପ ଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିରରେ ପହଞ୍ଚିବା ପୂର୍ବରୁ ସାଧାରଣ ଦର୍ଶନକୁ ବନ୍ଦ କରି ଦିଆଯାଇଥିଲା। ଫଳରେ ସାଧାରଣ ଲୋକେ ଅନେକ ସମୟ ଧରି ଧାଡ଼ିରେ ଠିଆ ହୋଇ ରହିଥିଲେ। ମୁଖ୍ୟମନ୍ତ୍ରୀ ଦର୍ଶନ ସାରି ପ୍ରତ୍ୟାବର୍ତ୍ତନ କରିବା ପରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢ଼ି ଯାଇଥିବା ହେତୁ ଦର୍ଶନ ପାଇଁ ଠେଲାପେଲା ଦେଖିବାକୁ ମିଳିଥିଲା। କିଛି ସମୟ ପର୍ଯ୍ୟନ୍ତ ବ୍ୟାରିକେଡ୍‌ ଖୋଲି ଲୋକେ ମନଇଚ୍ଛା ଶ୍ରୀମନ୍ଦିର ସାମ୍ନା ମୁଖ୍ୟ ବ୍ୟାରିକେଡ୍‌ ପର୍ଯ୍ୟନ୍ତ ଯାଇଥିଲେ। ଘଟଣା ସ୍ଥଳରେ ପୋଲିସ ଶ୍ରଦ୍ଧାଳୁଙ୍କୁ କାବୁ କରିବାରେ ଅସମର୍ଥ ହେବା ପରେ କିଛି ସମୟ ଧରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?