Posted inଜାତୀୟ

ଆମକୁ ଦେଶଭକ୍ତି ପାଠ ପଢ଼ାନ୍ତୁ ନାହିଁ ଦେଶ ବିରୋଧୀ: ଖାର୍ଗେ

ନୂଆଦିଲ୍ଲୀ,୧୮ା୩: ଲଣ୍ଡନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଗଣତନ୍ତ୍ର ଉପରେ ଦେଇଥିବା ମନ୍ତବ୍ୟକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ଦଳର ଅନେକ ନେତା ସମାଲୋଚନା କରିଛନ୍ତି। ଏହାର ଜବାବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି, ଯେଉଁମାନେ ଦେଶବିରୋଧୀ ସେମାନେ ଆମକୁ ଦେଶଭକ୍ତିର ପାଠ ପଢ଼ାଇବା ବନ୍ଦ କରନ୍ତୁ। ସେମାନେ ଆମଠୁ ଦେଶଭକ୍ତି ଶିଖିବା ଉଚିତ ହେବ। ନିକଟରେ ନଡ୍ଡା ରାହୁଲଙ୍କୁ ଭାରତ ବିରୋଧୀ ସ୍ଥାୟୀ ଟୁଲ୍‌କିଟ୍‌ର ଏକ ଅଂଶ ଭାବେ ଅଭିହିତ କରିଥିଲେ। ଏହା ଉପରେ ଖାର୍ଗେ କହିଛନ୍ତି, ଭାଜପା ନିଜର ସର୍ବୋତ୍ତମ ବନ୍ଧୁଙ୍କ ଦୁର୍ନୀତି, ଦେଶରେ ମୁଦ୍ରସ୍ଫୀତି, ବେରୋଜଗାରି ଭଳି ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏପରି ଅଭିଯୋଗ ଆଣୁଛି। ଭାଜପା ନେତାମାନେ ସ୍ବାଧୀନତା ପୂର୍ବରୁ ହିଁ ଦେଶବିରୋଧୀ କାର୍ଯ୍ୟ କରିଆସୁଛନ୍ତି। ସେମାନେ ସ୍ବାଧୀନତା ସଂଗ୍ରାମରେ କେବେହେଲେ ସାମିଲ ହୋଇ ନ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରୁ ୭ ଦେଶକୁ ଯାଇ ଭାରତ ବିରୋଧୀ ମନ୍ତବ୍ୟ ଦେଇଥିଲେ। ଏଭଳି ବ୍ୟକ୍ତି ଆମକୁ ଦେଶବିରୋଧୀ ଆଖ୍ୟା ଦେବା ଦୁର୍ଭାଗ୍ୟଜନକ ବୋଲି ଖାର୍ଗେ ଏକାଧିକ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri