Posted inଖେଳ

ସିଏସ୍‌କେ, ଧୋନୀଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ, ୮ା୪- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ଆରମ୍ଭ ପୂର୍ବରୁ ସିଏସ୍‌କେ ଓ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ୟାନଙ୍କୁ ମିଳିଛି ଖୁସି ଖବର। ଚଳିତ ବର୍ଷ ଆଇପିଏଲରୁ ଅବସର ନେଉ ନାହାନ୍ତି କ୍ୟାପଟେନ କୁଲ୍‌। ଏହା ସ୍ପଷ୍ଟ କରିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସିଇଓ କାସି ବିଶ୍ୱନାଥନ। ଚଳିତ ବର୍ଷ ସିଏସ୍‌କେ ସହ ଧୋନୀଙ୍କ ଅନ୍ତିମ ବର୍ଷ ନୁହେଁ। ଗତବର୍ଷ ଅଗଷ୍ଟରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିବା ଧୋନୀ ଆଗକୁ ମଧ୍ୟ ଏହି ଫ୍ରାଞ୍ଚାଇଜ ସହ ଯୋଡ଼ି ହୋଇ ରହିବେ। ମୁଁ ଭାବୁଛି, ଏହା ଧୋନୀଙ୍କ ଅନ୍ତିମ ବର୍ଷ ନୁହେଁ। ଏହା ମୋ ବ୍ୟକ୍ତିଗତ ମତ। ତାଙ୍କ ଯାଗାରେ ଆମେ ଅନ୍ୟ କାହାକୁ ଦେଖୁ ନାହୁଁ ବୋଲି ବିଶ୍ୱନାଥନ କହିଛନ୍ତି।

ଆଇପିଏଲ ଆରମ୍ଭରୁ ଧୋନୀ ସିଏସ୍‌କେ ଦଳର ନେତୃତ୍ୱ ନେଇ ଆସୁଛନ୍ତି। ଫ୍ରାଞ୍ଚାଇଜକୁ ବାସନ୍ଦ କରାଯିବାରୁ ୨୦୧୬ ଓ ୨୦୧୭ରେ ଅନ୍ୟ ଫ୍ରାଞ୍ଚାଇଜ ପାଇଁ ଖେଳିଥିଲେ ଧୋନୀ। ୨୦୧୮ରେ ଦଳ ଆଇପିଏଲକୁ ଫେରିବା ସହ ହାତେଇଥିଲା ଟ୍ରଫି। ଆଇପିଏଲ ଇତିହାସର ଅନ୍ୟତମ ସଫଳତମ ଦଳ ସିଏସ୍‌କେ ପ୍ରଥମ ଥର ପାଇଁ ପ୍ଲେଅପ୍‌ରେ ସ୍ଥାନ ପାଇବାରେ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri