Posted inଜାତୀୟ

‘ଡାକ୍ତରଙ୍କୁ ଫୁଟ୍‌ବଲ ଭଳି ବ୍ୟବହାର କରନାହିଁ’

ନୂଆଦିଲ୍ଲୀ, ୨୮।୯: ଚଳିତ ବର୍ଷ ହେବାକୁ ଥିବା ନ୍ୟାଶନାଲ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା ପୋଷ୍ଟଗ୍ରାଜୁଏଟ୍‌ ସୁପର ସ୍ପେଶିଆଲିଟି (ଏନ୍‌ଇଇଟି ଏସ୍‌ଏସ୍‌)ରେ ଶେଷ ମୁହୂର୍ତ୍ତରେ ପରିବର୍ତ୍ତନ କରାଯାଇଥିବାରୁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କ୍ଷମତା ଖେଳରେ ଯୁବ ଡାକ୍ତରମାନଙ୍କୁ ଫୁଟ୍‌ବଲ୍‌ ଭଳି ବ୍ୟବହାର କରା ନ ଯାଉ। ଡାକ୍ତରମାନଙ୍କୁ ଅଣସମ୍ବେଦନଶୀଳ ବ୍ୟୁରୋକ୍ରାଟ୍‌ମାନଙ୍କ ଦୟାରେ ଛାଡ଼ିଦିଆଯାଇପାରିବ ନାହିଁ ବୋଲି ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ବି.ଭି. ନାଗରତ୍ନଙ୍କ ଖଣ୍ଡପୀଠ କହିଛନ୍ତି। ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ସହ ବୈଠକ କରି ଏହା ଉପରେ ଅକ୍ଟୋବର ୪ରେ ରିପୋର୍ଟ ଦାଖଲ କରିବାକୁ ଶୀର୍ଷ ଅଦାଲତ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୪୧ ଜଣ ପୋଷ୍ଟଗ୍ରାଜୁଏଟ୍‌ ଡାକ୍ତର ସରକାରଙ୍କ ପରୀକ୍ଷା ପ୍ରଶ୍ନ ଢାଞ୍ଚାରେ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପ୍ରଶ୍ନପତ୍ର ସାଧାରଣ ମେଡିସିନ୍‌ ପ୍ରାର୍ଥୀଙ୍କ ସପକ୍ଷରେ ଯାଉଥିବା ସେମାନେ ଅଭିଯୋଗ କରିଥିଲେ। ୨୦୧୮ ଏନ୍‌ଇଇଟି ଏସ୍‌ଏସ୍‌ରେ ଜେନେରାଲ ମେଡିସିନ୍‌ରୁ ୪୦ ପ୍ରତିଶତ ଏବଂ ସୁପର ସ୍ପେଶିଆଲିଟିରୁ ୬୦ ପ୍ରତିଶତ ପ୍ରଶ୍ନ ଆସିଥିଲା। ଏଥର ସବୁତକ ପ୍ରଶ୍ନ ଜେନେରାଲ ମେଡିସିନ୍‌ରୁ ଆସିଥିବାରୁ ସେମାନେ ଏହାର ବିରୋଧ କରିଥିଲେ। ନଭେମ୍ବର ୧୩ ଏବଂ ୧୪ରେ ପରୀକ୍ଷା ହେବ ବୋଲି ଗତ ଜୁଲାଇ ୨୩ରେ ଘୋଷଣା ହୋଇଥିବାବେଳେ ଅଗଷ୍ଟ ୩୧ରେ ପ୍ରଶ୍ନ ଢାଞ୍ଚାରେ ପରିବର୍ତ୍ତନ କରାଯାଇଥିଲା। ଖଣ୍ଡପୀଠ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନକୁ ନେଇ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri