ଅପରାଜିତା ବୋକା ବନାଇବାକୁ ଚେଷ୍ଟା ନ କରନ୍ତୁ: ମାନସ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ସପକ୍ଷରେ ଭାଜପାର କେତେଜଣ ବରିଷ୍ଠ ନେତା ମତ ଦେଇ ଆସୁଥିବା ବେଳେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗକୁ ବିଜେଡି ଜବାବ୍‌ ଦେଇଛି। ଅପରାଜିତା ପ୍ରଥମେ ଆନ୍‌ସିଏଣ୍ଟ ମନୁମେଣ୍ଟସ ଆଣ୍ଡ ଆର୍କିଓଲୋଜିକାଲ ସାଇଟ୍ସ ଆଣ୍ଡ ରିମେନ୍ସ ଆକ୍ଟ, ୧୯୫୮(ଏଏମ୍‌ଏସ୍‌ଏଆର୍‌)କୁ ଭଲ ଭାବେ ପଢ଼ି ତା’ପରେ ମନ୍ତବ୍ୟ ଦିଅନ୍ତୁ। ରାଜ୍ୟବାସୀଙ୍କୁ ସେ ବୋକା ନ ବନାନ୍ତୁ ବୋଲି ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ କହିଛନ୍ତି।
ଏକ ଭିଡିଓ ବାର୍ତ୍ତା ଏବଂ ଟୁଇଟ୍‌ ଜରିଆରେ ଅପରାଜିତାଙ୍କୁ ଟାର୍ଗେଟ କରି ମାନସ କହିଛନ୍ତି, ସେ ଜଣେ ଆଇଏଏସ୍‌ ଅଫିସର ନୁହନ୍ତି କି ଅପରାଜିତାଙ୍କ ଭଳି ସେ କୌଣସି ଗବେଷଣା କରି ନାହାନ୍ତି। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ କୋଲକାତାଠାରେ ଥିବା ଭାରତୀୟ ପ୍ରତ୍ନତତ୍ୱ ସର୍ଭେ(ଏଏସ୍‌ଆଇ)ର ଆଞ୍ଚଳିକ ନିର୍ଦ୍ଦେଶକ ହେଉଛନ୍ତି ଏଏମ୍‌ଏସ୍‌ଏଆର୍‌ ଆକ୍ଟର ସେକ୍‌ସନ -୨୦ ଅନୁଯାୟୀ ଐତିହ୍ୟ ବାଇ-ଲ’ ଚିଠା ପ୍ରସ୍ତୁତିର କ୍ଷମତାପ୍ରାପ୍ତ ଅଧିକାରୀ ା ଏହି ଆଇନକୁ ଯେ କୌଣସି ବ୍ୟକ୍ତି ୫ ମିନିଟ୍‌ରେ ପଢ଼ି ମଧ୍ୟ ଜାଣିପାରିବ। ତାଙ୍କ ବକ୍ତବ୍ୟକୁ ଅପରାଜିତା ଯେଭଳି ଭୁଲ୍‌ ଦର୍ଶାଇଛନ୍ତି ତାହା ତାଙ୍କୁ ବ୍ୟଥିତ କରିଛି ବୋଲି ମାନସ କହିଛନ୍ତି। ସେ ନିର୍ଦ୍ଦିଷ୍ଟ ଭାବେ ଦର୍ଶାଇଥିଲେ, କୋଲକାତାଠାରେ ଥିବା ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ହେଉଛନ୍ତି ଚିଠା ଐତିହ୍ୟ ବାଇ-ଲ’ ପ୍ରସ୍ତୁତିର କ୍ଷମତାପ୍ରାପ୍ତ ଅଧିକାରୀ ଯାହାକି ବର୍ତ୍ତମାନର ପ୍ରଶ୍ନବାଚୀ। ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକ ଚିଠା ଐତିହ୍ୟ ବାଇ-ଲ’ ପ୍ରସ୍ତୁତିର କ୍ଷମତାପ୍ରାପ୍ତ ଅଧିକାରୀ ନୁହନ୍ତି। କୋଲକାତାଠାରେ ଥିବା ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଓଡ଼ିଶାର ମନ୍ଦିରଗୁଡିକ ଲାଗି ଐତିହ୍ୟ ବାଇ-ଲ’ ପ୍ରସ୍ତାବ ପଠାଇଛନ୍ତି ା ଯେହେତୁ ଅପରାଜିତା ଓଡ଼ିଶାର ସଂସ୍କୃତି ବିଷୟରେ ଅବଗତ ନୁହନ୍ତି, ତେଣୁ ଧାର୍ମିକ ଭାବନା ସହ ଜଡ଼ିତ ବିଗ୍ରହ, ସେବାୟତ ଏବଂ ଭକ୍ତଙ୍କର ଯେଉଁ ସମ୍ପର୍କ ରହିଛି ତାହା ବୁଝିବା ତାଙ୍କ ପକ୍ଷେ କଷ୍ଟକର ବୋଲି ମାନସ କହିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୋଧହୁଏ ଭଲଭାବେ ଏହି ସ୍ପର୍ଶକାତର ପ୍ରସଙ୍ଗକୁ ବୁଝିପାରିଛନ୍ତି। ଅପରାଜିତା ଦୀର୍ଘଦିନ ଧରି ଜଣେ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ା ଯାହା ଜଣାପଡୁଛି ସେ ଏଏମ୍‌ଏସ୍‌ଏଆର୍‌ ଆକ୍ଟକୁ ଠିକଣା ଭାବେ ପଢ଼ିନାହାନ୍ତି କିମ୍ବା ଜାଣିଶୁଣି ମନଗଢ଼ା କଥା କହୁଛନ୍ତି। ତେଣୁ ସବୁଠାରୁ ଭଲ ହେବ ଅପରାଜିତା ପ୍ରଥମେ ଆଇନକୁ ପଢ଼ି ଏସବୁ ପ୍ରଶ୍ନର ଉତ୍ତର ଦିଅନ୍ତୁ। ଏଏମ୍‌ଏସ୍‌ଏଆର୍‌ ଆକ୍ଟର ସେକ୍ସନ -୨୦ ଅନୁଯାୟୀ ଐତିହ୍ୟ ବାଇ-ଲ’, ଯାହାକି ଏକାମ୍ର କ୍ଷେତ୍ରକୁ ପ୍ରଭାବିତ କରୁଛି ତାହାକୁ ତିଆରି କରିବା ପାଇଁ କିଏ କ୍ଷମତାପ୍ରାପ୍ତ ଅଧିକାରୀ ତାହା ଅପରାଜିତା ସ୍ପଷ୍ଟ କରନ୍ତୁ ବୋଲି ମାନସ ପ୍ରଶ୍ନ କରିଛନ୍ତି। ମିଥ୍ୟା ତଥ୍ୟ ଉପସ୍ଥାପନ ଦ୍ୱାରା ଓଡ଼ିଶା ଲୋକଙ୍କୁ ଅପରାଜିତା ବୋକା ବନାଇବାକୁ ଚେଷ୍ଟା କରନ୍ତୁ ନାହିଁ ବୋଲି ମାନସ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?