‘ନକଲି ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁ ନାହିଁ’

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ନକଲି ଏସ୍‌ସି, କେଉଟ, କୈବର୍ତ୍ତ, ଧୀବର ପ୍ରାର୍ଥୀଙ୍କୁ ଭୋଟ ନ ଦେବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ଉଠିଛି। ସଂରକ୍ଷଣକୁ ହଡ଼ପ କରିଥିବା ନକଲି ପ୍ରାର୍ଥୀଙ୍କୁ ଭୋଟ ନ ଦେଇ ଦଳିତ ଆଦିବାସୀ ଗରିବ ନିଃସହାୟ ମହିଳାଙ୍କ କଲ୍ୟାଣ ତଥା ସାମ୍ବିଧାନିକ ଅଧିକାରର ସୁରକ୍ଷା ନିମନ୍ତେ କାର୍ଯ୍ୟ କରୁଥିବା ପ୍ରାର୍ଥୀଙ୍କୁ ଭୋଟ୍‌ ଦେବା ପାଇଁ ଓଡ଼ିଶାର ଭୋଟରଙ୍କୁ ବିଭିନ୍ନ ସାମାଜିକ ଅନୁଷ୍ଠାନ ତରଫରୁ ମିଳିତ ଭାବେ ଅନୁରୋଧ କରାଯାଇଛି।

ଅଲେଖ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ଅସ୍ପୃଶ୍ୟ ଦଳିତ ସଂରକ୍ଷଣ ସୁରକ୍ଷା ସମିତି, ସର୍ବଭାରତୀୟ ଅନୁସୂଚିତ ଜାତି ଓ ଜନଜାତି ସଂଘ ପରିଷଦ, ନାଗରିକ ଏକତା ପରିଷଦ, ଦଳିତ ଆଦିବାସୀ ସୁରକ୍ଷା ମଞ୍ଚ, ସାମାଜିକ ନ୍ୟାୟ ପରିଷଦ, ନୀଳମାଧବ ଶବର ସଂଘ, ଉତ୍କଳ ରଜକ ମହାସଂଘ, ରାଷ୍ଟ୍ରୀୟ ଦଳିତ ମହାସଭା, ଅଲ୍‌ ଓଡ଼ିଶା ଦଳିତ ସାମାଜିକ କଲ୍ୟାଣ ପରିଷଦ, ବାଲ୍ମୀକି ସମାଜ, କାଳନ୍ଦୀ ସମାଜ, ପାସି ସମାଜ ଆଦି ବହୁ ସଂଗଠନର ପ୍ରତିନିଧି ଉପସ୍ଥିତ ଥିଲେ। ଏଥି ସହିତ ରାଜ୍ୟ ସରକାର, ରାଜନୈତିକ ଦଳ ଓ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଆଉ କେତେକ ଦାବି ରଖାଯାଇଥିଲା। ସମ୍ମିଳନୀରେ ଲକ୍ଷ୍ମୀଧର ବେହେରା, ଅଶୋକ ନାୟକ, ଦିବାକର ମଲ୍ଲିକ, ଗୋପାଳ ନାୟକ, ଶର୍ମିଷ୍ଠା ସ୍ବାଇଁ, ଦାମୋଦର ମଲ୍ଲିକ, କାହ୍ନୁଚରଣ ସେଠୀ ଓ ଲକ୍ଷ୍ମଣ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri