‘ଲକ୍‌ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍‌ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି ଭାବେ ପାଳନକୁ ନିଶ୍ଚିତ କରିବାକୁ ହେବ। ବୃହତ୍‌ ଜନସଂଖ୍ୟାର ଦେଶ ହୋଇଥିବାରୁ ଟିକାକରଣ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ। ଏଭଳି ସ୍ଥିତିରେ ଆମକୁ ଅତ୍ୟଧିକ ଯତ୍ନବାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କରୋନା ମୁକାବିଲା ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀକୁ ନିୟନ୍ତ୍ରଣ କରିବା ସହ କ୍ଷୟକ୍ଷତିକୁ ସୀମିତ କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। ଏଥିପାଇଁ ସହଯୋଗ ସକାଶେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ କରୋନା ସ୍ଥିତି ଓ ଏହାର ମୁକାବିଲା ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଭର୍ଚୁଆଲ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ଷେ ହେବ କୋଭିଡ୍‌-୧୯ ମହାମାରୀ ଯୋଗୁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତିକରୁଛି। ବିଶ୍ୱର ସମସ୍ତ ଭାଗକୁ ଏହି ଭୂତାଣୁ ବ୍ୟାପିବା ଯୋଗୁ ପ୍ରତ୍ୟେକ ମନୁଷ୍ୟ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ପରିବାର ଓ ସମାଜ କେବଳ ସ୍ବାସ୍ଥ୍ୟଗତ ନୁହେଁ ଆର୍ଥିକ ଓ ଜୀବିକା କ୍ଷେତ୍ରରେ ମଧ୍ୟ ଗମ୍ଭୀର ରୂପେ ଭାବେ ପ୍ରଭାବିତ ହୋଇଛି । ପ୍ରତ୍ୟେକ ବର୍ଷ ଓଡ଼ିଶା ବାତ୍ୟା ଭଳି ବିପତ୍ତି ଦ୍ୱାରା ପ୍ରଭାବିତ ହେଉଛି। ଏଭଳି ପରିସ୍ଥିତିର ମୁକାବିଲା କରିବାକୁ ରାଜ୍ୟ ପ୍ରଶାସନିକ କଳ ସର୍ବଦା ପ୍ରସ୍ତୁତ ରହିଛି। ଓଡ଼ିଶା ଲୋକଙ୍କ ସହଯୋଗ ଯୋଗୁ ଏହି ମହାମାରୀକୁ ବଡ଼ କ୍ଷତିରୁ ରୋକାଯାଇପାରିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅସମୟରେ ସ୍ବାସ୍ଥ୍ୟକର୍ମୀ ଓ ପ୍ରଶାସନିକ ବ୍ୟବସ୍ଥା ଲଗାତର କାର୍ଯ୍ୟ କରିଆସିଛି। ମହାମାରୀର ଅନ୍ତ ଘଟାଇବା ପାଇଁ ଟିକା ଅତ୍ୟନ୍ତ ଉପାଦେୟ ହେବ ବୋଲି ଜନସାଧାରଣଙ୍କ ବିଶ୍ୱାସ ରହିଛି। କମ୍‌ ସମୟ ଭିତରେ ଟିକା ବିକାଶ କରିଥିବାରୁ ବୈଜ୍ଞାନିକମାନଙ୍କ ପ୍ରତି ଆମେ ସର୍ବଦା କୃତଜ୍ଞ ରହିବୁ । ଟିକା ପ୍ରସ୍ତୁତି କ୍ଷେତ୍ରରେ ଭାରତ ଏକ ଅଗ୍ରଣୀ ଦେଶର ଭୂମିକା ଗ୍ରହଣ କରିବା ଆମ ପାଇଁ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟିକାକରଣ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସାମିଲ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କୋଭିଡ୍‌ ସ୍ବାସ୍ଥ୍ୟ ପ୍ରୋଟୋକଲ ଦୀର୍ଘ ସମୟ କ୍ଳାନ୍ତ ଓ ଅବସୋସ ଆଣିଛି। କୋଭିଡ୍‌-୧୯ ମହାମାରୀ ଯୁଦ୍ଧରେ ରାଜ୍ୟ ସରକାର ସର୍ବଦା କେନ୍ଦ୍ର ସରକାରଙ୍କ ସହ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri