କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩:  ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ ପଞ୍ଚାୟତରେ ନିର୍ମାଣ ହୋଇଥିବା ଗୋଷ୍ଠୀ ଶୌଚାଳୟ। ଖଜୁରିପଡ଼ା ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ୩ ଲକ୍ଷ ଟଙ୍କା ଲେଖାଏ ଖର୍ଚ୍ଚ କରି ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଛି। କାରଣ ମଳମୁକ୍ତ ପଞ୍ଚାୟତ ଗଠନ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। କୌଣସି ଜନସାଧାରଣ କିମ୍ବା ରାସ୍ତା ବାଟରେ ଯିବା ଆସିବା କରୁଥିବା ଯାତ୍ରୀ ହେଉ ଅବା ପର୍ଯ୍ୟଟକ ମାନେ ଯେମିତି ଶୌଚ ହେବାରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତୁ ସେ ଦିଗରେ ଦୃଷ୍ଟି ରଖି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ସ୍ବଚ୍ଛ ଭାରତ ମିଶନ ଗ୍ରାମୀଣ ମାଧ୍ୟମରେ ପ୍ରତ୍ୟେକ ଲୋକଙ୍କୁ ପାଇଖାନା ଦେବା ସହିତ ବିଭିନ୍ନ ଦାର୍ଶନିକ ସ୍ଥାନ, ଯାତ୍ରୀ ବିଶ୍ରାମ ଗୃହ କିମ୍ବା ପର୍ଯ୍ୟଟନ ସ୍ଥଳୀ ହେଉ ଅବା ପଞ୍ଚାୟତ ଗୁଡ଼ିକର ସଦର ମହକୁମା ଠାରେ ଜନସାଧାରଣଙ୍କ ବ୍ୟବହାର ନିମନ୍ତେ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରିଛନ୍ତି। ସେଗୁଡିକ ବ୍ୟବହାର ପରିବର୍ତ୍ତେ ମାସ ମାସ ଧରି ତାଲା ପଡ଼ି ରହିଛି । ଯାହାଦ୍ୱାରା ଲୋକମାନେ ବାହାରେ ଖୋଲା ପଡ଼ିଆରେ ପରିସ୍ରା ଏବଂ ମଳତ୍ୟାଗ କରୁଛନ୍ତି। ବାହାରେ ଅସନା ହେଉଥିବା ଯୋଗୁ ପରିବେଶ ପରିଚ୍ଛନ୍ନ ସଫା ସୁତୁରା ରହୁ ନାହିଁ। ଗୋଷ୍ଠୀ ଶୌଚାଳୟ ଗୁଡିକରେ ଉଇ ହୁଙ୍କା ଲାଗିଲାଣି। ଅନ୍ୟପକ୍ଷରେ ସରକାର ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଗାଁ ଠୁ ସହର ସଫା ସୁତୁରା ରଖିବା ପାଇଁ ସ୍ବପ୍ନ ଦେଖୁଛନ୍ତି। ସେହି ସ୍ବପ୍ନକୁ ଦାୟିତ୍ୱ ନେଇଥିବା ଅଧିକାରୀ ମାନେ ଭାଙ୍ଗି ଚୂର୍‌ ମାର କରି ଦେଉଥିବା ପରିଲକ୍ଷିତ ହେଉଛି। ତେଣୁ ସରକାର ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri