ସୁନକ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପାଇଁ ସିଟ୍‌ ଅଛି, କାହିଁକି ଏମିତି କହି ମଜା ଉଡ଼ାଇଲା ଏୟାରଲାଇନ୍‌ ଜାଣନ୍ତୁ…

ଲଣ୍ଡନ,୫ା୭: ବ୍ରିଟେନ ସାଧାରଣ ନିର୍ବାଚନରେ ଋଷି ସୁନକଙ୍କ କଞ୍ଜରଭେଟିଭ୍‌ ପାର୍ଟି ପରାଜୟର ସମ୍ମୁଖୀନ ହୋଇଛି। ନିର୍ବାଚନରେ ଲେବର ପାର୍ଟି ବହୁମତ ହାସଲ କରିଛି ଏବଂ ବର୍ତ୍ତମାନ କିର୍‌ ଷ୍ଟାର୍ମର ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ। ଏହି ସମୟରେ ସୁନକଙ୍କ ପରାଜୟକୁ ନେଇ ଏୟାରଲାଇନ୍ସ କମ୍ପାନୀ ରାଇନାର୍‌ ଟ୍ରୋଲ୍‌ କରିଛି।

ବିଧାନସଭା ନିର୍ବାଚନରେ ବାମପନ୍ଥୀ ଲେବର ପାର୍ଟି ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଲେବର ପାର୍ଟି ସଂସଦରେ ଥିବା ୬୫୦ଟି ଆସନ ମଧ୍ୟରୁ ୪୧୫ରୁ ଅଧିକ ଜିତିଥିବା ବେଳେ ସୁନକଙ୍କ କଞ୍ଜରଭେଟିଭ୍‌ ପାର୍ଟି ମାତ୍ର ୧୨୦ଟି ସିଟ୍‌ ଜିତିଛି।

ଦଳର ଏହି ପରାଜୟ ପରେ ସୁନକଙ୍କୁୁ ପରିହାସ କରି ରାଇନାର୍‌ ଏକ ପୋଷ୍ଟ କରିଛି। ମଜାଳିଆ ସୋସିଆଲ ମିଡିଆ ପୋଷ୍ଟ ପାଇଁ ଜଣାଶୁଣା ରାଇନାର୍‌ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଟ୍ରୋଲ୍‌ କରିଥିଲା, ଯାହା ଇନଷ୍ଟାଗ୍ରାମରେ ଭାଇରାଲ ହେଉଛି।

ରାଇନାର୍‌ କହିଛନ୍ତି ଯେ, ଯଦିଓ ଆପଣ ସଂସଦରେ ନିଜର ଆସନ ହରାଇଛନ୍ତି ତଥାପି ଚିନ୍ତା କରନ୍ତୁ ନାହିଁ। ଆମ ବଜେଟ ଏୟାରଲାଇନ୍ସରେ ଆପଣଙ୍କ ପାଇଁ ଏକ ସିଟ୍‌ ବ୍ୟବସ୍ଥା କରାଯାଇଛି।
ଏୟାରଲାଇନ୍ସର ପୋଷ୍ଟ ବର୍ତ୍ତମାନ ଭାଇରାଲ ହେଉଛି। ଏହାକୁ ୨୬ ଲକ୍ଷ ଲୋକ ଦେଖିଥିବା ବେଳେ ହଜାର ହଜାର ଲୋକ ଶେୟାର କରିଛନ୍ତି। ଜଣେ ୟୁଜର କହିଛନ୍ତି, ଅନେକ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ମୁଁ ଏପରି ମଜାଳିଆ ବିଜ୍ଞାପନ ଦେଖିଛି। ଅନ୍ୟ ଜଣେ ୟୁଜର କହିଛନ୍ତି ସୁନକଙ୍କୁ ଓ୍ବିଣ୍ଡୋ ସିଟ୍‌ ବି ମିଳିଲାନି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri