‘ହରିଜନ’ ଲେଖନାହିଁ: ସବୁ ବିଭାଗକୁ ଅନୁସୂଚିତ ଜାତି ବିଭାଗର ତାଗିଦ

ଭୁବନେଶ୍ୱର,୧୩ା୮ (ରବିନାରାୟଣ ଜେନା):ଏଣିକି ‘ହରିଜନ’ ଶବ୍ଦ କୌଣସି ସରକାରୀସ୍ତର କିମ୍ବା ଶିକ୍ଷାକ୍ଷେତ୍ରରେ ବ୍ୟବହାର କରାଯିବନାହିଁ। ଏନେଇ ବହୁ ପୂର୍ବରୁ ରୋକ୍‌ ଲାଗିଥିଲେ ହେଁ ମଙ୍ଗଳବାର ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗ ସଚିବ ବି. ପରମେଶ୍ୱର ପୁନର୍ବାର ସମସ୍ତ ବିଭାଗର ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ମଙ୍ଗଳବାର ସଚିବ ପରମେଶ୍ୱର ସମସ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବଙ୍କୁ ପତ୍ର ଲେଖି ଦର୍ଶାଇଛନ୍ତି ଯେ, ଏ ସଂକ୍ରାନ୍ତରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୧୨ ନଭେମ୍ବର ୨୨ର ଏକ ନିର୍ଦ୍ଦେଶନାମାକୁ ଆଧାରକରି ୨୦୧୩ ଜାନୁଆରୀ ୧୦ରୁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ହେଲେ ଓଡ଼ିଶା ମାନବ ଅଧିକାର ଆୟୋଗଙ୍କ ପକ୍ଷରୁ ଏକ ମାମଲାକୁ ଆଧାରକରି ୨୦୨୫ ଜାନୁଆରୀ ୩୧ରେ ପୁନର୍ବାର ନିର୍ଦ୍ଦେଶ ଆସିଛି ଯେ, ‘ହରିଜନ’ ଶବ୍ଦ ବ୍ୟବହାର କରାଯିବନାହିଁ। ତେଣୁ ସରକାରୀ କାର୍ଯ୍ୟ, ନଥିପତ୍ର ସମ୍ପାଦନ ଓ ଜାତିଗତ ପ୍ରମାଣପତ୍ର ପ୍ରଦାନ ବେଳେ ଏହି ଶବ୍ଦ ବ୍ୟବହାର ହେବନାହିଁ। ସେ ଦର୍ଶାଇଛନ୍ତି, ସମ୍ବିଧାନରେ ଉଲ୍ଲେଖ ଥିବା ‘ସିଡ୍ୟୁଲ୍ଡ କାଷ୍ଟ’ ଅର୍ଥାତ୍‌ ଅନୁସୂଚିତ ଜାତି ହିଁ ‘ହରିଜନ’ ଶବ୍ଦର ପ୍ରତିବଦଳରେ ସବୁକ୍ଷେତ୍ରରେ ବ୍ୟବହାର କରାଯାଇପାରିବ। ଏହାକୁ ପ୍ରତ୍ୟେକ ସରକାରୀସ୍ତର, ସ୍ବୟଂଶାସିତ ପରିଷଦ ଏବଂ ଅଧସ୍ତନ କାର୍ଯ୍ୟାଳୟରେ କାର୍ଯ୍ୟକାରୀ ହେବା ଆବଶ୍ୟକ। ଏନେଇ ବିଭାଗ ପକ୍ଷରୁ ଉପଯୁକ୍ତ ସଚେତନତା ସୃଷ୍ଟି କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବା ଲାଗି ସଚିବ ବି. ପରମେଶ୍ୱର ପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri