‘ହରିଜନ’ ଲେଖନାହିଁ: ସବୁ ବିଭାଗକୁ ଅନୁସୂଚିତ ଜାତି ବିଭାଗର ତାଗିଦ

ଭୁବନେଶ୍ୱର,୧୩ା୮ (ରବିନାରାୟଣ ଜେନା):ଏଣିକି ‘ହରିଜନ’ ଶବ୍ଦ କୌଣସି ସରକାରୀସ୍ତର କିମ୍ବା ଶିକ୍ଷାକ୍ଷେତ୍ରରେ ବ୍ୟବହାର କରାଯିବନାହିଁ। ଏନେଇ ବହୁ ପୂର୍ବରୁ ରୋକ୍‌ ଲାଗିଥିଲେ ହେଁ ମଙ୍ଗଳବାର ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗ ସଚିବ ବି. ପରମେଶ୍ୱର ପୁନର୍ବାର ସମସ୍ତ ବିଭାଗର ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ମଙ୍ଗଳବାର ସଚିବ ପରମେଶ୍ୱର ସମସ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବଙ୍କୁ ପତ୍ର ଲେଖି ଦର୍ଶାଇଛନ୍ତି ଯେ, ଏ ସଂକ୍ରାନ୍ତରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୧୨ ନଭେମ୍ବର ୨୨ର ଏକ ନିର୍ଦ୍ଦେଶନାମାକୁ ଆଧାରକରି ୨୦୧୩ ଜାନୁଆରୀ ୧୦ରୁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ହେଲେ ଓଡ଼ିଶା ମାନବ ଅଧିକାର ଆୟୋଗଙ୍କ ପକ୍ଷରୁ ଏକ ମାମଲାକୁ ଆଧାରକରି ୨୦୨୫ ଜାନୁଆରୀ ୩୧ରେ ପୁନର୍ବାର ନିର୍ଦ୍ଦେଶ ଆସିଛି ଯେ, ‘ହରିଜନ’ ଶବ୍ଦ ବ୍ୟବହାର କରାଯିବନାହିଁ। ତେଣୁ ସରକାରୀ କାର୍ଯ୍ୟ, ନଥିପତ୍ର ସମ୍ପାଦନ ଓ ଜାତିଗତ ପ୍ରମାଣପତ୍ର ପ୍ରଦାନ ବେଳେ ଏହି ଶବ୍ଦ ବ୍ୟବହାର ହେବନାହିଁ। ସେ ଦର୍ଶାଇଛନ୍ତି, ସମ୍ବିଧାନରେ ଉଲ୍ଲେଖ ଥିବା ‘ସିଡ୍ୟୁଲ୍ଡ କାଷ୍ଟ’ ଅର୍ଥାତ୍‌ ଅନୁସୂଚିତ ଜାତି ହିଁ ‘ହରିଜନ’ ଶବ୍ଦର ପ୍ରତିବଦଳରେ ସବୁକ୍ଷେତ୍ରରେ ବ୍ୟବହାର କରାଯାଇପାରିବ। ଏହାକୁ ପ୍ରତ୍ୟେକ ସରକାରୀସ୍ତର, ସ୍ବୟଂଶାସିତ ପରିଷଦ ଏବଂ ଅଧସ୍ତନ କାର୍ଯ୍ୟାଳୟରେ କାର୍ଯ୍ୟକାରୀ ହେବା ଆବଶ୍ୟକ। ଏନେଇ ବିଭାଗ ପକ୍ଷରୁ ଉପଯୁକ୍ତ ସଚେତନତା ସୃଷ୍ଟି କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବା ଲାଗି ସଚିବ ବି. ପରମେଶ୍ୱର ପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?