ଜୁନାଗଡ ସହରରେ ଘରକୁ ଘର ବୁଲି କୋଭିଡ୍‌ ପରୀକ୍ଷା: ୨୦ ହଜାର ଲୋକଙ୍କ ସ୍କ୍ରିନିଂ, ୧୦ ପଜିଟିଭ ଟିହ୍ନଟ

ଜୁନାଗଡ,୧୦।୧୦(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ସହରରେ ୩୦୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡିଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ୨ଦିନ ଧରି ଜୁନାଗଡ ସହରର ପ୍ରତି ୱାର୍ଡରେ କୋଭିଡ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶନିବାର ପ୍ରଥମ ଦିନରେ ୪୩ଟି ଟିମ୍‌ ସହରର ୧୨ଟି ୱାର୍ଡର ସମସ୍ତ ଘରକୁ ଯାଇ ୨୦ହଜାର ଲୋକଙ୍କୁ ଥର୍ମାଲ ସ୍କ୍ରିନିଂ କରିଛନ୍ତି। ୧୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୯ଜଣ ହୋମ୍‌ ଆଇସୋଲେସନରେ ରହିଥିବାବେଳେ ଜଣେ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି। ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା, କୋକସରା, କଲମପୁର, ଗୋଲାମୁଣ୍ଡା, ଜୟପାଟଣା ତହସିଲଦାର, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଭଗବାନ ପଣ୍ଡା, ଥାନା ଅଧିକାରୀ ଉତ୍ତମ କୁମାର ସାହୁ ଏହାକୁ ତଦାରଖ କରିବା ପାଇଁ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri