ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ: ବନ୍ଦେ ମାତରମ, ଜୟ ହିନ୍ଦ୍‌ରେ ପ୍ରକମ୍ପିତ ଦାରିଙ୍ଗବାଡି

ଦାରିଙ୍ଗବାଡି,୧୩ ।୮(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଜାତୀୟ ଦିବସ ପାଳନ କମିଟି ତଥା ବ୍ଲକ ପ୍ରଶାସନ ପକ୍ଷରୁ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡ଼ିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ତହସିଲଦାର କୃଷ୍ଣ ଚନ୍ଦ୍ର ନାୟକ, ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ବ୍ଲକ ଗ୍ରାମ ପଞ୍ଚାୟତ ଅଧିକାରୀ ସୁରେଶ ପଣ୍ଡା, ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ପ୍ରତାପ ବେହେରା, ଏପିଓ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ହେଲିପ୍ୟାଡ଼ ପଡିଆ ଠାରୁ ବିରାଟ ଶୋଭାଯାତ୍ରା ରେ ବାହାରି ଜାଗୃତି କାର୍ଯ୍ୟାଳୟ ଦେଇ ବଜାର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ଦାରିଙ୍ଗବାଡିର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଆଶା କର୍ମୀ, ଅଙ୍ଗନାୱାଡି କର୍ମୀ ପୋଲିସ, ତହସିଲ ପ୍ରଶାସନ ଯୋଗଦେଇ ଲୋକଙ୍କୁ ଘର ଘର ତ୍ରିରଙ୍ଗା ଉଡାଇବା ଓ ସ୍ବାଧୀନତା ଦିବସକୁ ଧୂମଧାମ ରେ ପାଳନ କରିବାକୁ ସଚେତନ କରିଥିଲେ। ସେହିପରି ଅନ୍ୟ ଏକ ଶୋଭାଯାତ୍ରାରେ ସାଇକେଲ, ବାଇକ ଓ ଚାରିଚକିଆ ଗାଡିରେ ଅନେକ ଲୋକ ସାମିଲ ହୋଇଥିଲେ। ଆଉ ଗୋଟିଏ ଦିନ ପରେ ସାରା ଦେଶ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଥିବା ବେଳେ ଦାରିଙ୍ଗବାଡି ରେ ମଧ୍ୟ ବ୍ଲକ ସ୍ତରୀୟ ଓ ଗାଁ ଗାଁ ରେ ଏହି ଦିବସ ପାଳନ ପାଇଁ ଉତ୍ସବ ମୁଖର ହୋଇଛି। ଏହି ଦିବସ ପାଇଁ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri