Posted inଖେଳ

ହେମରାଜ ୪, ଅଞ୍ଜଳୀ ୬ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩ା୫: ଲଙ୍ଗ ଡିଷ୍ଟାନ୍ସ ରନର ହେମ୍‌ରାଜ ଗୁର୍ଜାର ଓ ଅଞ୍ଜଳୀ କୁମାରୀ ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସି (ନାଡା)ର ଡିସିପ୍ଲିନାରି ପ୍ୟାନେଲ ଦ୍ୱାରା ଯଥାକ୍ରମେ ୪ ଓ ୬ ବର୍ଷ ବାସନ୍ଦ ହୋଇଛନ୍ତି। ଉଭୟେ ଗତବର୍ଷ ଅନୁଷ୍ଠିତ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିଲେ। ୨୫ ବର୍ଷୀୟ ଗୁର୍ଜାର ୨୦୨୩ ଜାତୀୟ ଆନ୍ତଃ ରାଜ୍ୟ ଚାମ୍ପିୟନଶିପ୍‌ର ୫୦୦୦ ମିଟର ରେସ୍‌ରେ ଏକ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ୨୦୨୩ ଓ ୨୦୨୪ କ୍ରସ୍‌ କଣ୍ଟ୍ରି ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ବିଜୟୀ ହୋଇଥିଲେ। ନିଷ୍ପତ୍ତି ତାରିଖ ଏପ୍ରିଲ ୨୦ରୁ ସେ ୪ ବର୍ଷ ପର୍ଯ୍ୟନ୍ତ ବାସନ୍ଦ ହୋଇଛନ୍ତି। ଗୁର୍ଜାର ଆହୁରି ମଧ୍ୟ ଗତବର୍ଷ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କ୍ରସ୍‌ କଣ୍ଟ୍ରି ଚାମ୍ପିୟନଶିପ୍‌ରେ ଦେଶରୁ ପ୍ରତିନିଧିତ୍ୱ କରିଥିଲେ। ତାଙ୍କଠାରୁ ସଂଗୃହୀତ ଡୋପ୍‌ ସାମ୍ପଲରୁ ନିଷିଦ୍ଧ ଦ୍ରବ୍ୟ ଡାର୍ବେପୋଟିନ (ଡେପୋ) ଠାବ କରାଯିବା ପରେ ନାଡା ତାଙ୍କୁ ସାମୟିକ ସସ୍‌ପେଣ୍ଡ କରିଥିଲା।

ଅନ୍ୟପକ୍ଷରେ ଅଞ୍ଜଳୀଙ୍କ ୬ ବର୍ଷ ବାସନ୍ଦ ଦଣ୍ଡ ମାର୍ଚ୍ଚ ୩୧ରୁ କାର୍ଯ୍ୟକାରୀ ହେବ ବୋଲି ନାଡା ଓ୍ବେବ୍‌ସାଇଟ୍‌ରେ ସଦ୍ୟତମ ଅପ୍‌ଡେଟ୍‌ରୁ ଜଣାପଡ଼ିଛି। ଏଥିରେ ଏହାଠାରୁ ଅଧିକ କିଛି ତଥ୍ୟ ପ୍ରଦାନ କରାଯାଇ ନାହିଁ। ଅଞ୍ଜଳୀ ଆହୁରି ମଧ୍ୟ ଗତବର୍ଷ ଦେଶରୁ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କ୍ରସ୍‌ କଣ୍ଟ୍ରି ଚାମ୍ପିୟନଶିପ୍‌ରେ ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?