Posted inଖେଳ

ଡୋପିଂ ମାମଲା: ଐଶ୍ୱର୍ଯ୍ୟା ବାବୁ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୨ା୩(ପି.ଟି.): ନିଷିଦ୍ଧ ଡ୍ରଗ୍ସ ସେବନ ମାମଲାରେ ଦୋଷୀ ସାବ୍ୟସ୍ତ ଟ୍ରିପଲ ଜମ୍ପର ଐଶ୍ୱର୍ଯ୍ୟା ବାବୁଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି। ବୁଧବାର ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ପକ୍ଷରୁ ଏହି ବାସନ୍ଦାଦେଶ ଘୋଷଣା କରାଯାଇଛି। ୨୫ ବର୍ଷୀୟା ଐଶ୍ୱର୍ଯ୍ୟା ଓ ଧାବିକା ଏସ୍‌ ଧନଲକ୍ଷ୍ମୀ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡା ପୂର୍ବରୁ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିଲେ। ନାଡା ପକ୍ଷରୁ ଐଶ୍ୱର୍ଯ୍ୟାଙ୍କ ନମୁନା ପରୀକ୍ଷଣ ପାଇଁ ନିଆଯାଇଥିଲା। ଜୁନ୍‌ ୨୦୨୨ରେ ଚେନ୍ନାଇରେ ଅନୁଷ୍ଠିତ ଜାତୀୟ ଚାମ୍ପିୟନଶିପରେ ୧୪.୧୪ ମିଟରର ଟ୍ରିପଲ ଜମ୍ପ ସହିତ ସେ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଥିଲେ। ଏହି ଚାମ୍ପିନଶିପରେ ନିଆଯାଇଥିବା ନମୂନା ପଜିଟିଭ୍‌ ଆସିଥିଲା। ଐଶ୍ୱର୍ଯ୍ୟାଙ୍କ ନମୂନାରୁ ନିଷିଦ୍ଧ ଆନାବୋଲିକ୍‌ ଷ୍ଟେରଏଡ ଓଷ୍ଟାରିନ୍‌ ମିଳିଥିଲା। ସିଲେକ୍ଟିଭ୍‌ ଆଣ୍ଡ୍ରୋଜେନ୍‌ ରିସେପ୍ଟର ମଡ୍ୟୁଲେଟର (ସ୍ରାମ) ବର୍ଗର ଏହି ନିଷିଦ୍ଧ ଡ୍ରଗ ତାଙ୍କ ନମୂନାରେ ରହିଥିଲା। ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ଏଭଳି ଡ୍ରଗ୍‌ ବ୍ୟବହାର କରାଯାଏ। ପ୍ରଥମ ରିପୋର୍ଟ ଆସିବା ପରେ ତାଙ୍କୁ ୬ ମାସର ପ୍ରୋଭିଜନାଲ ବାସନ୍ଦାଦେଶ ପ୍ରଦାନ କରାଯାଇଥିଲା। ବାସନ୍ଦାଦେଶର ନୋଟିସ୍‌ ମିଳିବା ପରେ ଐଶ୍ୱର୍ଯ୍ୟା ଫେବୃୟାରୀ ୧୩ରୁ ମାର୍ଚ୍ଚ ୬ ତାରିଖ ମଧ୍ୟରେ ଏହା ବିରୋଧରେ ଅପିଲ୍‌ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri