Posted inଖେଳ

ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍‌ପେଣ୍ଡ

ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି ୩୨ ବର୍ଷୀୟ ଖେଳାଳିଙ୍କର ଗତ ଜୁନ୍‌ରେ ତାଙ୍କ ଦେଶର ଏକ ଦ୍ୱିତୀୟ ପାହ୍ୟା ଟୁର୍ନାମେଣ୍ଟ ବେଳେ ଡୋପ୍‌ ଟେଷ୍ଟ କରାଯାଇଥିଲା। ତାଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରେ ଏସ୍‌ଏଆର୍‌ଏମ୍‌ ଏସ୍‌-୨୨ (ଏକ ପ୍ରକାର ସିନ୍ଥେଟିକ୍‌ ପଦାର୍ଥ) ଠାବ କରାଯାଇଥିଲା, ଯାହାକି ପୁରୁଷ ହରମୋନ ବୃଦ୍ଧିରେ ସହାୟକ ହୋଇଥାଏ। ୨୦୨୦ରେ ମାର୍ଟିନ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ୯୩ତମ ସ୍ଥାନ ହାସଲ କରିଥିଲେ। ପଜିଟିଭ ଟେଷ୍ଟ ବେଳେ ସେ ୧୯୧ତମ ସ୍ଥାନରେ ରହିଥିଲେ। ତାଙ୍କ କ୍ୟାରିୟରର ବିଜୟ ପରାଜୟ ରେକର୍ଡ ୨୭-୩୮ ରହିଛି। ଚଳିତବର୍ଷ ପ୍ରତିଟି ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର କ୍ୱାଲିଫାଇଂ ରାଉଣ୍ଡରୁ ସେ ବିଦାୟ ନେଇଛନ୍ତି। ମାମଲା ବିଚାରଧୀନ ଥିବାରୁ ଇଣ୍ଟରନ୍ୟାଶନାଲ ଟେନିସ ଇଣ୍ଟିଗ୍ରିଟି ଏଜେନ୍ସି (ଆଇଟିଆଇଏ) ତାଙ୍କୁ ବର୍ତ୍ତମାନ ଇଭେଣ୍ଟରେ ଖେଳିବା ଓ ଉପସ୍ଥିତକୁ ବାରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri